Page Nav

HIDE

Classic Header

{fbt_classic_header}

Breaking News:

latest
Header ADS

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ୧୫ରୁ ରାଜ୍ୟରେ ତହସିଲଦାରଙ୍କ କ୍ୟାମ୍ପ କୋର୍ଟ ଶୁଣାଣି, କ୍ୟାମ୍ପ କୋର୍ଟ ନକଲେ କାର୍ଯ୍ୟାନୁଷ୍ଠାନ...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ୧୫ରୁ ରାଜ୍ୟରେ ତହସିଲଦାରଙ୍କ କ୍ୟାମ୍ପ କୋର୍ଟ ଶୁଣାଣି, କ୍ୟାମ୍ପ କୋର୍ଟ ନକଲେ କାର୍ଯ୍ୟାନୁଷ୍ଠାନ... ଭୁ ବନେଶ୍ୱର: ରାଜସ୍ୱ ଓ ବିପର୍ଯ୍...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ୧୫ରୁ ରାଜ୍ୟରେ ତହସିଲଦାରଙ୍କ କ୍ୟାମ୍ପ କୋର୍ଟ ଶୁଣାଣି, କ୍ୟାମ୍ପ କୋର୍ଟ ନକଲେ କାର୍ଯ୍ୟାନୁଷ୍ଠାନ...

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମସ୍ତ ସେବା ଅନ୍‌ଲାଇନ ମାଧ୍ୟମରେ ଉପଲବ୍ଧ କରାଯାଇଛି । ରାଜସ୍ୱ ରଥ ମାଧ୍ୟମରେ ଲୋକଙ୍କ ଘରେ ଘରେ ପଟ୍ଟା ଓ ବିଭିନ୍ନ ପ୍ରକାରର ସାର୍ଟିଫିକେଟ ବଣ୍ଟାଯାଉଛି । ପ୍ରତ୍ୟେକ ଜିଲ୍ଲାର ରାଜସ୍ୱ ସମୀକ୍ଷା ବୈଠକ ଫଳରେ ରାଜସ୍ୱ ସେବାରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିଛି । ରାଜସ୍ୱ ସମୀକ୍ଷା ବୈଠକ ପରେ ରାଜସ୍ୱ ରଥ ମାଧ୍ୟମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ପାଖାପାଖି ୧ ଲକ୍ଷ ପଟ୍ଟା ବଣ୍ଟନ କରାଯାଇଛି ।

ଏବେ ପ୍ରାୟ କୌଣସି ବିବିଧ ଏବଂ ଜାତିଗତ ପ୍ରମାଣପତ୍ର ଓ ବିବାଦବିହୀନ ଦାଖଲ ଖାରଜ ମାମଲାରେ ଲୋକମାନଙ୍କୁ ତହସିଲ ଯିବାର ଆବଶ୍ୟକତା ନାହିଁ । ତଥାପି ରାଜସ୍ୱ କୋର୍ଟରେ ଶୁଣାଣି ହେଉଥିବା ବିଭିନ୍ନ ରାଜସ୍ୱ ମାମଲାର ଫଇସଲା ପାଇଁ ଲୋକମାନଙ୍କୁ ତହସିଲ ଅଫିସ ଯିବାକୁ ପଡ଼ିଥାଏ । ସେହି ସବୁ ରାଜସ୍ୱ ମାମଲାରେ ଲୋକମାନଙ୍କୁ ତହସିଲ ନ ଯିବା ପାଇଁ ତଥା ରାଜସ୍ୱ ସେବାକୁ ଅଧିକ ଲୋକାଭିମୁଖୀ କରିବାକୁ ଓ ରାଜସ୍ୱ ବିଭାଗକୁ ଅଧିକ କ୍ରିୟାଶୀଳ କରିବାକୁ ମୁଖମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ରାଜସ୍ୱ କ୍ଷେତ୍ରାଧିକାରୀ ଯଥା ତହସିଲଦାର ଓ ଅତିରିକ୍ତ ତହସିଲଦାରମାନଙ୍କୁ କ୍ୟାମ୍ପ କୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ପ୍ରତ୍ୟେକ ତହସିଲଦାର ଓ ଅତିରିକ୍ତ ତହସିଲଦାରମାନେ ପ୍ରତି ସପ୍ତାହରେ ୨ରୁ ୩ ଦିନ ସେମାନଙ୍କ ଅଧିନସ୍ଥ ରାଜସ୍ୱ ନିରୀକ୍ଷକଙ୍କ ଅଫିସ, ପଞ୍ଚାୟତ ଓ ଗ୍ରାମରେ କ୍ୟାମ୍ପ କୋର୍ଟ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ଦ୍ୱାରା ପ୍ରତି ମାସରେ ପ୍ରତ୍ୟେକ ତହସିଲଦାର ଓ ଅତିରିକ୍ତ ତହସିଲଦାର ସେମାନଙ୍କ ଅଧିନସ୍ଥ ପ୍ରତ୍ୟେକ ଗ୍ରାମ ଗସ୍ତ କରି ବିଭିନ୍ନ ରାଜସ୍ୱ ମାମଲାର ଫଇସଲା କରିପାରିବେ । ଏଥିପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି ଓ ପ୍ରତ୍ୟେକ ଡିଭିଜନର ରାଜସ୍ୱ ଆୟୁକ୍ତମାନଙ୍କୁ ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀଙ୍କ ସାପ୍ତାହିକ ସମୀକ୍ଷା ବୈଠକରେ ସଚେତନ କରାଯାଇଛି । ଏହା ପରେ ପ୍ରତ୍ୟେକ ଜିଲ୍ଲାର ନୋଡାଲ ଅଫିସରମାନଙ୍କୁ ତହସିଲ ଅଫିସର କ୍ୟାମ୍ପ କୋର୍ଟ ଉପରେ ସ୍ୱତନ୍ତ୍ର ଭାବରେ ସମୀକ୍ଷା ବୈଠକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ପ୍ରତ୍ୟେକ ଜିଲ୍ଲାର ରାଜସ୍ୱ ସମୀକ୍ଷା ବୈଠକରେ ଏହି କାର୍ଯ୍ୟସୂଚୀ ଉପରେ ନିୟମିତ ସମୀକ୍ଷା ହେବ । କ୍ୟାମ୍ପ କୋର୍ଟ କରିବାରେ ଅବହେଳା ହେଲେ ରାଜସ୍ୱ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଶ୍ରୀ ସାହୁ କହିଛନ୍ତି ।





Courtesy : ona khabhar..

Edited by k.s thakur...

No comments