ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ୪ ହାର୍ଡକୋର ମାଓବାଦୀ ନିହତ...

ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ୪ ହାର୍ଡକୋର ମାଓବାଦୀ ନିହତ...

ମାଲକାନଗିରି,୨୭/୧୧ : ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ହାର୍ଡକୋର ମାଓବାଦୀ ନିହତ।  ଘଟଣାସ୍ଥଳରୁ ବନ୍ଧୁକ ସହ ବିପୁଳ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ।

   Ad..



ସୂଚନା ଅନୁସାରେ, ମିରତୁର ଥାନା ଅନ୍ତର୍ଗତ ପୋମରା ଜଙ୍ଗଲରେ ସୁକ୍ଷାବାହିନୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ସିଆରପିଏଫ୍ ଡିଆରଜି ଓ ଏସଟିଏଫ୍ ଯବାନଙ୍କ ମିଳିତ କମ୍ଵିଂ ଅପରେସନ ବେଳେ ମାଓବାଦୀମାନେ ଗୁଳି ଚଳାଇଥିଲା । ସୁରକ୍ଷା ବାହିନୀ ଏହାର ଦୃଢ ଜବାବ ମଧ୍ୟ ଦେଇଥିଲା। 

ଶେଷରେ ସୁରକ୍ଷା ବାହିନୀ ଗୁଳିରେ ୪ ହାର୍ଡକୋର ମାଓବାଦୀ ନିହତ ହୋଇଥିଲେ। ଘଟଣାସ୍ଥଳରୁ ବନ୍ଧୁକ ସହ ବିପୁଳ ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ବର୍ତ୍ତମାନ ସୁଦ୍ଧା ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି। ବିଜାପୁର ଏସପି ଅଞ୍ଜନେଇ ବାର୍ନୀ ଏନେଇ ସୂଚନା ଦେଇଛନ୍ତି।






Edited by k.s thakur...

Post a Comment

Previous Post Next Post