ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ...

ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ...

ବରଗଡ଼,୧୦/୧୧ : ବରଗଡ଼ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି।  ନଭେମ୍ବର ୧୭ ତାରିଖରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଥିବା ବେଳେ ୧୮ ତାରିଖରେ ଯାଞ୍ଚ ଆଉ ୨୧ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ। ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ।

   Ad..



ଏଥିପାଇଁ ତିନି ପ୍ରମୁଖ ଦଳ ବିଜେପି, କଂଗ୍ରେସ ଓ ବିଜେଡି ନିଜ ନିଜ ପ୍ରାର୍ଥୀଙ୍କୁ ଚୟନ କରିବା ପାଇଁ ଲାଗି ପଡ଼ିଲେଣି। ବିଜେଡିରୁ ପ୍ରାର୍ଥୀ ହେବା ନେଇ ଦିବଂଗତ ବିଜୟ ରଂଜନ ସିଂ ବରିହାଙ୍କ ପରିବାରରୁ ସାମ୍ନାକୁ ଆସୁଛି ଦୁଇଟି ଚେହେରା। ଜଣେ ବିଜୟ ରଂଜନଙ୍କ ଧର୍ମପତ୍ନୀ ତିଳୋତ୍ତମା ସିଂ ବରିହା ଓ ଅନ୍ୟ ଜଣେ ହେଲେ ତାଙ୍କ ପୁତୁରା ବୋହୂ ମାଧବୀ ସିଂ ବରିହା।

ଧାମନଗର ଫଳାଫଳ ପରେ ବିଜେପି କ୍ୟାମ୍ପ ପୂରା ଉତ୍ସାହିତ। ଧାମନଗର ଭଳି ପଦ୍ମପୁର ଉପନିର୍ବାନ ଲାଗି ତୟାର ହୋଇଛି ଷ୍ଟ୍ରାଟେଜି। ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଏଠାରୁ ଦଳୀୟ ପ୍ରାର୍ଥୀ ହେବା ଏକ ପ୍ରକାର ନିଶ୍ଚିତ ହୋଇଛି। ଧାମନଗର ବାଇ ଇଲେକ୍ସନରେ ବିଜେଡିକୁ ମାତ୍ ଦେଇ ଚର୍ଚ୍ଚାରେ ଥିବା ଯୁବ ବିଧାୟକ ସୂର୍ଯ୍ୟବଂଶୀ ସୂରଜ ଏଠାକୁ  ପ୍ରଚାର ପାଇଁ ଆଣିବାକୁ ଯୋଜନା କରୁଛି ଦଳ।

ସେହିପରି କଂଗ୍ରେସ୍ ପର୍ଯ୍ୟବେକ୍ଷକ ଟିମ୍ ୪ ଜଣଙ୍କ ନାଁ ହାଇକମାଣ୍ଡକୁ ସୁପାରିଶ କରିଛି। ସେମାନଙ୍କ ମଧ୍ୟରୁ  ରେସରେ ଆଗରେ ଅଛନ୍ତି ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁ।





Edited by k.s thakur...

Post a Comment

Previous Post Next Post