ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର...

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର...


ବରଗଡ଼,୦୨/୦୯ : ବରଗଡ଼ ଜିଲ୍ଲା ଭେଡ଼େନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। 

Ad..


ଜିଲ୍ଲାପାଳ ଶ୍ରୀ ଗୋଏଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତକୁମାର ସିଂ, ଜିଲ୍ଲା ବନଖଣ୍ଡ ଅଧିକାରୀ ବିକ୍ରମ କୁମାର ପଟ୍ଟନାୟକ, ବରଗଡ଼ ଭାରପ୍ରାପ୍ତ ଉପଜିଲ୍ଲାପାଳ ଉତ୍ତମ କୁମାର ବାଗ, ବ୍ଲକ ଅଧ୍ୟକ୍ଷ। ସୁପ୍ରଭା ମହାଲିଙ୍ଗ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

            Ad..


ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୯୦ ଗୋଟି  ଅଭିଯୋଗ ମଧ୍ୟରୁ ୭୨ ଗୋଟି ବ୍ୟକ୍ତିଗତ ଏବଂ ୧୮ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି ।





Report : Bijay ku sahu

Edited by k.s thakur...



Post a Comment

Previous Post Next Post