ଭୁକ୍ତା ବାଳିକା ହାଇସ୍କୁଲରେ ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ...
ବରଗଡ଼,୦୩/୧୦ : ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ପଞ୍ଚାୟତ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ପୁଷ୍ପାଞ୍ଜଳି ସାହୁଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି ।
Ad..
ପ୍ରଥମେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତୀରେ ଧୂପଦୀପ ଓ ମାଲ୍ୟାର୍ପଣ କରାଯାଇଥିଲା। ଛାତ୍ରୀ ମାନଙ୍କ ଦ୍ବାରା ସ୍ବାଗତ ସଙ୍ଗୀତ ଗାନ କରାଯାଇଥିଲା। ଶିକ୍ଷକ ଚଉବର୍ଗ ଭୋଇ ସଭାର ଉଦ୍ଦେଶ୍ୟ ପ୍ରଦାନ କରିଥିଲେ।
Ad..
ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପୁଷ୍ପାଞ୍ଜଳି ସାହୁ ଛାତ୍ରୀ ମାନଙ୍କୁ ଗାନ୍ଧୀ ଓ ଶାସ୍ତ୍ରୀ ଙ୍କ ଜୀବନ ଦର୍ଶନ ବିଷୟରେ ବୁଝାଇଥିଲେ । ପୁନମ୍ ସାହୁ,ଗାୟତ୍ରୀ ମାଳି,ଅନୁ ଦାସ ,ଆଳିସା କଲିହାରୀ ବାସନ୍ତୀ ଜ୍ୟୋତ୍ସ୍ନା ରାଣୀ ସାହୁ, ଗୋଳେଖ ପ୍ରଧାନ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରୀମାନେ ଯୋଗଦାନ କରିଥିଲେ। ଶେଷରେ ସହକାରୀ ଶିକ୍ଷକ ଗୋଳେଖ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।
Report : Bijay ku sahu
Edited by k.s thakur...



