ବାଲିଗୁଡ଼ାରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ମାଓବାଦୀ ନିହତ...

ବାଲିଗୁଡ଼ାରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ମାଓବାଦୀ ନିହତ...


ବାଲିଗୁଡ଼ା,୨୫/୧୦ : କନ୍ଧମାଳରେ ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ କ୍ୟାଡର ମାଓବାଦୀଙ୍କ ପ୍ରାଣହାନି ଘଟିଥିବା ଜଣାଯାଇଛି। ଉକ୍ତ ମାଓବାଦୀ ନିକଟରୁ ଏକ ଏକେ-୪୭ ଜବତ ବି ହୋଇଛି। 

Ad..


ସୂଚନା ଅନୁଯାୟୀ, କନ୍ଧମାଳ-କଳାହାଣ୍ଡି ଜିଲ୍ଲା ସୀମାନ୍ତ ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଏସଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ଏଭଳି ଘଟଣା ଘଟିଥିବା କୁହାଯାଉଛି।

           Ad..


ଏସଓଜି ପକ୍ଷରୁ ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି। ଗୁଇନ୍ଦା ସୂତ୍ରରୁ ଖବର ପାଇବା ପରେ ସୁରକ୍ଷା କର୍ମୀମାନେ ଅତର୍କିତ ଅପରେସନ୍ କରିଥିଲେ। ଏଣେ ଘଟଣାସ୍ଥଳରୁ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ଜଣାଯାଇଛି। ଖାଲି ସେତିକି ନୁହେଁ, ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ବି ଜବତ ହୋଇଛି।





Edited by k.s thakur...



Post a Comment

Previous Post Next Post