ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର...

ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର...


ବରଗଡ଼,୧୪/୧୦ : ପଦ୍ମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । 
            Ad..


ଅତିରିକ୍ତ ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ଵାନ, ପଦ୍ମପୁର, ଶ୍ରୀମତୀ ମଧୁଛନ୍ଦା ସାହୁ, ବରଗଡ଼ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ପଦ୍ମପୁର ଉପଜିଲ୍ଲାପାଳ କୁମାରୀ ଅରୁଗୁଲା ସ୍ନେହା, ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦ୍ରମଣି ନାଗ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

Ad..


ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୫୦ ଗୋଟି  ଅଭିଯୋଗ ମଧ୍ୟରୁ ୩୪ ଗୋଟି ବ୍ୟକ୍ତିଗତ... 

Ad..


୧୨ ଗୋଟି ସାମୁହିକ ଏବଂ ୪ ଗୋଟି ସିଏମଆରଏଫ ଆଧାରିତ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।




Report : Bijay ku sahu

Edited by k.s thakur...

Post a Comment

Previous Post Next Post