ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର...
ବରଗଡ଼,୨୫/୧୧ : ପାଇକମାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
Ad..
ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ନିରୂପମା ଷଡଙ୍ଗୀ, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ଵାନ ଏବଂ ପଦ୍ମପୁର ଉପଜିଲ୍ଲାପାଳ କୁମାରୀ ଅରୁଗୁଲା ସ୍ନେହା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।
ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୭୨ ଗୋଟି ଅଭିଯୋଗ ମଧ୍ୟରୁ ୪୧ ଗୋଟି ବ୍ୟକ୍ତିଗତ, ୨୯ ଗୋଟି ସାମୁହିକ ଅଭିଯୋଗ ଏବଂ ଶୁଣାଣି ସମୟରେ ୨ ଗୋଟି ଅଭିଯୋଗର ତତକ୍ଷଣାତ ସମାଧାନ କରି ଅନ୍ୟ ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
Report : Bijay ku sahu
Edited by k.s thakur...


