ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ...

ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ...


ପଦମପୁର,୨୩/୦୧ : ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି ।

Ad..


ପ୍ରଧାନଶିକ୍ଷକ ଶ୍ରୀ ରେଣୁଧର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ପୂର୍ବତନ ଶିକ୍ଷକ ଶ୍ରୀ ଟିକେଲାଲ୍ ସାହୁ ମୁଖ୍ୟଅତିଥି ଭାବରେ ଯୋଗଦେଇ ଦୁଇ ବିପ୍ଳବୀ ବୀରଙ୍କ ଉପରେ ତାଙ୍କର ବକ୍ତବ୍ୟ ରଖିଥିଲେ । 

Ad..


ଏହି ସଭାରେ ବରିଷ୍ଠ ଶିକ୍ଷକ ଶ୍ରୀ ପ୍ରମୋଦ ନାଥ ଏହି ସଂଗ୍ରାମୀ ବୀରଙ୍କ ଉପରେ ନିଜର ବକ୍ତବ୍ୟ ରଖିଥିଲେ। ଦଶମ ଶ୍ରେଣୀର ଛାତ୍ରୀ ସଞ୍ଚିତା ସାହୁ ମଧ୍ଯ ଏହି ବରପୁତ୍ରଙ୍କ ଉପରେ କହିଥିଲେ।ପରିଶେଷରେ ହିନ୍ଦୀ ଶିକ୍ଷକ ଶ୍ରୀ ଲେଖ୍ରୁ ବାରିକ୍ ଧନ୍ୟବାଦ୍ ଅର୍ପଣ କରିଥିଲେ। ସମସ୍ତ କାର୍ଯ୍ୟରେ ଶ୍ରୀ ସୁରେଶ ପଟେଲ ସହଯୋଗ କରିଥିଲେ।

     Ad..




Report : Bijay ku sahu

Edited by k.s thakur...

Post a Comment

Previous Post Next Post