ବିଧାନସଭାରେ ପୂର୍ବ ସରକାରରେ ଥିବା 5Tର ପୋଲ୍ ଖୋଲିଲେ ରାଜସ୍ବ ମନ୍ତ୍ରୀ...
ଭୁବନେଶ୍ୱର,୨୦/୦୨ : ଆଜି ବିଧାନସଭା ଗୃହରେ ବିଜେଡି ବିଧାୟକ ପ୍ରତାପ ଦେବ ରାଜସ୍ୱ ମନ୍ତ୍ରୀଙ୍କୁ ପଚାରିଥିବା ପ୍ରଶ୍ନ ବିଗତ ସରକାର ସମୟରେ ଯେତିକି ବାତ୍ୟା ଆଶ୍ରୟସ୍ଥଳୀ ଘୋଷଣା ହୋଇଥିଲା, କାହିଁକି ସେହି କାର୍ଯ୍ୟ ତ୍ବରାନ୍ବିତ କରିନାହାନ୍ତି ? ୫୨ଟି ପ୍ରକଳ୍ପ କାହିଁକି କାର୍ଯ୍ୟକାରୀ ହୋଇନାହିଁ?
Ad..
ଏହାର ରହସ୍ୟ କଣ ବୋଲି ର ଲିଖିତ ଉତ୍ତରରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପୂର୍ବ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ବିଗତ ସରକାରରେ ଅନେକ ନିଷ୍ପତ୍ତି ହେଉଥିଲା ସତ କିନ୍ତୁ କାର୍ଯ୍ୟକାରୀ ଶୂନ୍ । ଯେଉଁ ନିଷ୍ପତି ନେଇଥିଲେ, ବିଜେପି ସରକାରକୁ ଆସିଲେ କରିବ ବୋଲି ଛାଡ଼ି ଦେଇଥିଲେ । ପୂର୍ବ ସରକାର ୫୨ଟି ବାତ୍ୟା ଆଶ୍ରୟସ୍ଥଳୀ କରିବା ପାଇଁ ରାଜସ୍ୱ ବିଭାଗ ନିଷ୍ପତି ନେଇନଥିଲା, ସେହି ନିଷ୍ପତି ନେଇଥିଲେ ଫାଇଭ ଟି । କାଗଜ ପତ୍ରରେ ପ୍ରୋସେସିଂ ନକରି ଖାଲି ଘୋଷଣା କରିଥିଲେ ୫ଟି।
Ad..
ସୁୁରେଶ ପୂଜାରୀ ଏହା ମଧ୍ୟ କହିଛନ୍ତି, ୫ଟି ସେତେବେଳେ କେତେ ଶକ୍ତିଶାଳୀ ଥିଲା ତାହା ସମସ୍ତଙ୍କୁ ଜଣା। ୫ଟି ଘୋଷଣା ପରେ ବିଭାଗ ଏଷ୍ଟିମେଟ କଲା, ଟେଣ୍ଡର ହେଲା କିନ୍ତୁ ୱାର୍କ ଅର୍ଡର ବେଳକୁ ପଇସା ନାହିଁ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଖର୍ଚ୍ଚ କରିବେ ବୋଲି କୁହାଯାଇଥିଲା । ରିଲିଫ ପାଣ୍ଠିରୁ ଯେତିକି ଅର୍ଥ ନାହିଁ, ତା ଠାରୁ ଅଧିକ ଘୋଷଣା କରାଯାଇଥିଲା।
ବିଜେପି ସରକାର ୫୦୦ଟି ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବା ପାଇଁ ନିଷ୍ପତି ନେଇଛନ୍ତି। ସେଥିରେ ଏହି ୫୨ଟି ମଧ୍ୟ ହେବ । ଅର୍ଥ କମିଶନଙ୍କୁ ମଧ୍ୟ ସରକାର ଜଣାଇଛନ୍ତି।
Edited by k.s thakur...
Tags:
Bhubaneswar
latest news
latest update
minister Suresh pujhari
odisha daily current affairs
on 5t
revenue minister



