ଆସନ୍ତାକାଲି ମିଳିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା...
ଭୁବନେଶ୍ଵର,୦୭/୦୨ : ଆସନ୍ତାକାଲି ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା। ଆସନ୍ତାକାଲି ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ଏହି ଟଙ୍କା ପ୍ରଦାନ କରାଯିବ।
Ad..
ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟରେ ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ବଣ୍ଟନ କରାଯିବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେଉଁମାନେ NPCIରେ ରହିଯିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ାଯିବ ବୋଲି କହିଛନ୍ତି ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଉପମୁଖ୍ଯମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ମାର୍ଚ୍ଚ ୮ରେ ଯେଉଁମାନେ ଯୋଡି ହେବେ ସେମାନେ ଉଭୟ ପ୍ରଥମ କିସ୍ତି ଓ ଉଭୟ ଦ୍ବିତୀୟ କିସ୍ତିର ଟଙ୍କା ପାଇବେ। ହିତାଧିକାରୀଙ୍କ NPCI କ୍ଲିୟରାନ୍ସ ସମସ୍ୟା ଥିଲା। ସେମାନଙ୍କ ମଧ୍ୟରୁ ୫୯ ହଜାର ମହିଳାଙ୍କର ସମସ୍ୟା ସମାଧାନ ହୋଇଛି।
ବାକି ଯେଉଁମାନଙ୍କର ସମସ୍ୟା ରହିଛି, ସେମାନଙ୍କୁ ବ୍ୟାଙ୍କ ଯିବାକୁ ପଡ଼ିବ । ଯେପରି ଜଣେ ବି ଯୋଗ୍ଯ ହିତାଧିକାରୀ ସୁଭଦ୍ରା ଯୋଜନାରୁ ବାଦ ପଡିବେନି ସେନେଇ ଗୁରୁତ୍ବ ଦିଆଯାଉଛି। ଆଜି ସମ୍ବଲପୁରରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଶୁଭାରମ୍ଭ ଅବସରରେ ପ୍ରଭାତୀ ପରିଡ଼ା ଏହା କହିଛନ୍ତି।
Edited by k.s thakur...
Tags:
4th phase payment
Bhubaneswar
latest news
latest update
odisha daily current affairs
Subhadra yojana


