ଆଜି ମାଘ ସପ୍ତମୀ: ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ...
କୋଣାର୍କ,୦୪/୦୨ : ଆଜି ମାଘ ସପ୍ତମୀ ଅବସରରେ ବଡ଼ି ଭୋରରୁ କୋଣାର୍କର ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଶୃଙ୍ଖଳିତ ଭାବେ ଶ୍ରଦ୍ଧାଳୁମାନେ ଭୁଡ଼ ପକାଇବା ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ରହିଛି।
Ad..
ପୌରାଣିକ ମତ ଅନୁଯାୟୀ, ଆଜି ପ୍ରଭୁ ଶ୍ରୀକୃଷ୍ଣଙ୍କ ପୁତ୍ର ଶାମ୍ବ ଚନ୍ଦ୍ରଭାଗା ନଦୀ ତଟରେ ତପସ୍ୟା କରି ଶ୍ରାପ ଜନିତ ରୋଗରୁ ମୁକ୍ତ ହୋଇଥିଲେ। ତେଣୁ ନିଜ ପରିବାରକୁ ରୋଗ ଶୋକ ଭୟରୁ ମୁକ୍ତ ରଖିବା ପାଇଁ ହିନ୍ଦୁ ଧର୍ମାବଲମ୍ବୀ ମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇଥାନ୍ତି।
Ad..
ଏଥିସହ ମାଘ ସପ୍ତମୀରେ ଲାଙ୍ଗୁଳା ନରସିଂହ ଦେବ ସୂର୍ଯ୍ୟ ମନ୍ଦିର ପ୍ରତିଷ୍ଠା କରିଥିଲେ। ମାଘ ସପ୍ତମୀରୁ ଆରମ୍ଭ ହେଉଛି ଖଣ୍ଡଗିରି ମେଳା। ଏବେଠୁ ସାଧୁସନ୍ଥ ଓ ନାଗାବାବାଙ୍କ ଭିଡ଼ ଖଣ୍ଡିଗିରି ପାଦଦେଶରେ ଦେଖିବାକୁ ମିଳିଲାଣି ।
Edited by k.s thakur...
Tags:
holy bath
konark
latest news
latest update
magha saptami
odisha daily current affairs
thousands of pilgrims



