ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର...
ଭୁବନେଶ୍ୱର,୧୨/୦୨ : ଆଜି ଓଡିଶା ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସିଦ୍ଧ ବଲିଉଡ୍ ଫିଲ୍ମ ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ବୋନି କାପୁର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ ।
Ad..
ଶ୍ରୀ କାପୁର କହିଥିଲେ ଯେ, ଓଡିଶାରେ ପିଲ୍ମ ସୁଟିଂ ପାଇଁ ବ୍ୟାପକ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପର୍ଯ୍ୟାପ୍ତ ସୁବିଧା ରହିଛି । ଏ ସବୁର ପ୍ରଚାର ପ୍ରସାର ହେଲେ ବହୁ ଫିଲ୍ମ ନିର୍ମାତାଙ୍କ ପାଇଁ ଓଡିଶା ହେବ ପସନ୍ଦ ଯୋଗ୍ୟ ଫିଲ୍ମ ସୁଟିଂ ସ୍ଥାନ। ଏଥି ସହିତ ରାଜ୍ୟ ପର୍ଯ୍ୟଟନର ମଧ୍ୟ ଅଭିବୃଦ୍ଧି ଘଟିବ ବୋଲି ସେ କହିଥିଲେ।
ଏହି ସାକ୍ଷାତ ଆଲୋଚନା ସମୟରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ବିଧାୟକ ମାନେ ଉପସ୍ଥିତ ଥିଲେ।
Edited by k.s thakur...
Tags:
arjun kapoor
Bhubaneswar
Boney Kapoor
celebrity cricket
cm mohan Majhi
latest news
latest update
meeting
odisha daily current affairs


