ବାଞ୍ଜିପାଲି ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ...
କଣ୍ଟାବାଞ୍ଜି,୦୫/୦୩ : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ବାଞ୍ଜିପାଲି ପରିସରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ପାଳିତ ହୋଇଥିଲା।
Ad..
ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଡାଳିମ୍ବ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ତୁରେକେଲା ବ୍ଳକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶି,ମୁଖ୍ୟ ଅତିଥି, ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ, ମୁଖ୍ୟ ବକ୍ତା, ଅବସରପ୍ରାପ୍ତ ଶିକ୍ଷକ ରାମକୃଷ୍ଣ ସେଲମା, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଲିଙ୍ଗରାଜ ମାଝୀ ଯୋଗ ଦେଇଥିଲେ।
ଛାତ୍ରଛାତ୍ରୀ ମାନେ ପ୍ରାରମ୍ଭିକ ସଙ୍ଗୀତ ଗାଇବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ଯେଉଁ ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିଲେ ସେମାନଙ୍କୁ ଅତିଥି ବୃନ୍ଦ ପ୍ରମାଣ ପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ।
ଶିକ୍ଷକ ଡମ୍ବରୁ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।ଛାତ୍ରଛାତ୍ରୀ ମାନେ ଖେଳନା ତିଆରି କରି ପ୍ରଦର୍ଶନ କରିଥିଲେ।ଏହି ଉତ୍ସବରେ ଅଭିଭାବକ, କମିଟିର ସଦସ୍ୟ ମାନେ ସହଯୋଗ କରିଥିଲେ।
Edited by k.s thakur...


