ତୁରେକେଲା କ୍ଳଷ୍ଟରରେ ବାର୍ଷିକ ଉତ୍ସବ ପାଳିତ...

ତୁରେକେଲା କ୍ଳଷ୍ଟରରେ ବାର୍ଷିକ ଉତ୍ସବ ପାଳିତ...


କଣ୍ଟାବାଞ୍ଜି,୦୩/୦୩ : ତୁରେକେଲା କ୍ଳଷ୍ଟରର ବିଭିନ୍ନ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଥିଲା।ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ବଗବାହାଲ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ କୁନି ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ତୁରେକେଲା ସରପଞ୍ଚ ଜଳନ୍ଧର ମହାକୁଡ଼, ମୁଖ୍ୟ ଅତିଥି, ସିଆରସିସି ବିରଞ୍ଚି ନାରାୟଣ ଦାଶ, ମୁଖ୍ୟ ବକ୍ତା, ମାନ୍ଦଲା ସିଆରସିସି ଧନସିଂ ମାଝୀ,ବନ ଅଧିକାରୀ ଗୋବର୍ଦ୍ଧନ ପଟେଲ,କ୍ଷମା ରଣା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

Ad..


ପୂଜାର୍ଚ୍ଚନା ପରେ ଛାତ୍ରଛାତ୍ରୀ ମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ।ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ତାପରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।ଶେଷରେ ଶିକ୍ଷକ ରାଜ କିଶୋର ନାଗ ଧନ୍ୟବାଦ ଅର୍ପଣ କରିଥିଲେ।

ସେହିପରି ତୁରେକେଲା ବ୍ଳକ କଲୋନୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଥିଲା।ତୁରେକେଲା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସରପଞ୍ଚ ଜଳନ୍ଧର ମହାକୁଡ଼, ମୁଖ୍ୟ ଅତିଥି, ସିଆରସିସି ବିରଞ୍ଚି ନାରାୟଣ ଦାଶ, ମୁଖ୍ୟ ବକ୍ତା, ଲର୍କି ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରବୀନ୍ଦ୍ର ରଥ,ମାଧବୀଲତା ସାହୁ, ବିଦ୍ୟାଳୟ କମିଟିର ସଭାପତି ହରି ବାଗ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଭଦ୍ରା ମେହେର ସଭା ପରିଚାଳନା ଓ ଶିକ୍ଷୟିତ୍ରୀ ଧରିତ୍ରୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।ଛାତ୍ରଛାତ୍ରୀ ମାନେ ସଙ୍ଗୀତ ଓ ନୃତ୍ୟ ପରିବେଷଣ କରିଥିଲେ।କୃତି ପ୍ରାତିଯୋଗୀ ମାନଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା।ଏହି ଉତ୍ସବରେ ଛାତ୍ରଛାତ୍ରୀ, ଅଭିଭାବକ, ପିତାମାତା ଓ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ଯୋଗ ଦେଇଥିଲେ।




Edited by k.s thakur...



Post a Comment

Previous Post Next Post