ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ...
ପୁରୀ,୧୮/୦୩ : ଆସନ୍ତାକାଲି ଚୈତ୍ର କୃଷ୍ଣ ପଞ୍ଚମୀ ତିଥି ପଡୁଛି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସର୍ବସାଧାରଣ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ।
Ad..
ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Edited by k.s thakur...


