ତୁରେକେଲା ବ୍ଳକର ବିଭିନ୍ନ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ...
କଣ୍ଟାବାଞ୍ଜି,୦୭/୦୩ : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଗଞ୍ଜାଉଡାର ଓ ବାଗବେଲ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଥିଲା।ଗଞ୍ଜାଉଡାର ପ୍ରାଥମିକ ବିଦ୍ୟାଳୟର ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରକାଶ ହଂସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।
Ad..
ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରୁମଣି ମେହେର ସଭା ପରିଚାଳନା ଓ ଶିକ୍ଷକ ନିହିରୁ ତାଣ୍ଡୀ ଧନ୍ୟବାଦ ଅର୍ପଣ କରିଥିଲେ।ମାଁ ସରସ୍ବତୀଙ୍କ ଫଟୋଚିତ୍ରରେ ଛାତ୍ରୀମାନେ ଧୂପଦୀପ ପ୍ରଦାନ କରି ପୂଜାର୍ଚ୍ଚନା କରିଥିଲେ।ତାପରେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ।
ଛାତ୍ରଛାତ୍ରୀ ମାନେ ନୃତ୍ୟ ପରିବେଷଣ କଲାପରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।ସେହିପରି ବାଗବେଲ ପ୍ରାଥମିକ ବିଦ୍ୟାଳୟରେ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅତିରିକ୍ତ ବ୍ଳକ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।
ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୀତାମ୍ବର ଲୁହା ସ୍ୱ।ଗତ ଭାଷଣ ଓ ଶିକ୍ଷୟିତ୍ରୀ ଧର୍ମବନ୍ତୀ ପୁଟା ଧନ୍ୟବାଦ ଅର୍ପଣ କରିଥିଲେ।ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ଶେଷରେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ, ଗ୍ରାମବାସୀ ସହଯୋଗ କରିଥିଲେ।
Edited by k.s thakur...


