ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ଶିବିର...
ପଦ୍ମପୁର,୧୫/୦୪ : ପଦ୍ମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିର ରେଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋଏଲ୍ ଏବଂ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ଵାନ, ଉପଜିଲ୍ଲାପାଳ ଅରୁଗୁଲା ସ୍ନେହା, ଭାରପ୍ରାପ୍ତ,ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ,ଶ୍ରୀପ୍ରଦିପ୍ କୁମାର ଦାସ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣାଣି ଥିଲେ।
Ad..
ସୂଚନା ଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୪୭ ଗୋଟି ଅଭିଯୋଗ ମଧ୍ୟରୁ ଗ୍ରୁପ ୧୮ ଗୋଟି ଓ ଏକାକୀ ୨୯ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
Report : Bijay ku sahu
Edited by k.s thakur...


