ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ...

ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ...


ଭୁବନେଶ୍ଵର,୧୯/୦୪ :  ନବୀନ ପଟ୍ଟନାୟକ ନବମ ଥର ପାଇଁ ନିର୍ଵିଦ୍ୱନ୍ଦରେ ବିଜେଡିର ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଏନେଇ ବିଜେଡିର ନିର୍ବାଚନ ଅଧିକାରୀ ପ୍ରତାପ ଦେବ ଆଜି ଶଙ୍ଖ ଭବନରେ ଘୋଷଣା କରିଛନ୍ତି ।

Ad..


ଦାୟୀତ୍ୱ ଗ୍ରହଣ ପରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଅଭିଭାଷଣ ଦେଇ କହିଛନ୍ତି ଯେ ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ବିଜୁ ଜନତା ଦଳ ୨୦୦୦ରୁ ୨୦୨୪ ପର୍ଯ୍ୟନ୍ତ ଓଡ଼ିଶା ମା’ ର ସେବାର ସୁଯୋଗ ପାଇଥିଲା । ଏହି ସମୟ ଥିଲା ଓଡ଼ିଶା ବିକାଶର ସୁବର୍ଣ୍ଣ ଯୁଗ । ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ ଭୂମିକା ପାଇଁ ଓଡ଼ିଶା ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହୋଇଥିଲା ।

ବିଜୁ ଜନତା ଦଳର ସଂଗଠନ, ନୀତି ଓ ଆଦର୍ଶ ହେଉଛି ଆମର ଶକ୍ତି । ସରକାରରେ ରହେ ବା ନ ରହେ, ବିଜୁ ଜନତା ଦଳ ସବୁବେଳେ ଓଡିଶାବାସୀଙ୍କ ସେବା କରି ଚାଲିଛି ଏବଂ କରି ଚାଲିବ । ଓଡିଶାବାସୀଙ୍କ ସଶକ୍ତୀକରଣ ଆମର ଲଖ୍ୟ । ମହିଳା, ଚାଷୀ, ଯୁବ ସମାଜ, ଶ୍ରମିକ ଓ ଜନଜାତି ସମସ୍ତଙ୍କ ସଶକ୍ତୀକରଣ ଆମର ଲଖ୍ୟ । 

ଓଡ଼ିଶାର ସ୍ୱାର୍ଥ ଓ ସ୍ୱାଭିମାନ ସାଥୀରେ ବିଜେଡି ସବୁବେଳେ ଯୋଡି ହୋଇ ରହିଛି ଓ ରହିବ । ଓଡିଶାର ହକ୍‌ ପାଇଁ ଆମର ଲଢେଇ ଜାରି ରହିବ । ଓଡ଼ିଆ ସ୍ୱାଭିମାନ ଓ ଓଡ଼ିଶାଙ୍କ ସ୍ୱାର୍ଥ ଆମ ପାଇଁ ସବୁଠାରୁ ଉପରେ । ବିଜୁ ଜନତା ଦଳ ସବୁବେଳେ ତାର ଆଦର୍ଶରେ ଦୃଢ଼ ରହିଛି ଓ ରହିବ ବୋଲି ନବୀନ କହିଛନ୍ତି ।



Edited by k.s thakur...






Post a Comment

Previous Post Next Post