ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ...

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ...


ବରଗଡ଼,୧୯/୦୫ : ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ସମେତ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୃଣାଲ ମୋତିରାମ ଚୌହାନ... 

Ad..


ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଉପଜିଲ୍ଲାପାଳ ସ୍ନେହା ଅରୁଗୁଲା, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରଣବ ଶବର, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଶାନ୍ତ କୁମାର ଦାଶ ଏଵଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ କରିସ୍ମା ଭେସ୍ରା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ

         Ad..


ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୬୩ ଗୋଟି  ଅଭିଯୋଗ ମଧ୍ୟରୁ ୩୮ ଗୋଟି ବ୍ୟକ୍ତିଗତ, ୨୫ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।



Report : Bijay ku sahu

Edited by k.s thakur...




Post a Comment

Previous Post Next Post