ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ସମ୍ଭାବନା...

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ସମ୍ଭାବନା...


ଭୁବନେଶ୍ଵର,୨୧/୦୫ : ରାଜ୍ୟକୁ ଆସୁଛି ବର୍ଷା। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ଆରବସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଂଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। 

             Ad..


ଏହାର ପ୍ରଭାବରେ ଆଗାମୀ ୧୨ ଘଣ୍ଟା ଭିତରେ ସମାନ ଅଂଚଳରେ ଲୋ-ପ୍ରେସର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପଟି ଅଧିକ ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଜାରି କରାଯାଇଛି।

         Ad..


ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଉଷ୍ଣ ଆର୍ଦ୍ରତା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।



Edited by k.s thakur...



Post a Comment

Previous Post Next Post