୧୩ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ: ବିଷ ପିଇ ପୀଡ଼ିତାଙ୍କ ଆତ୍ମହତ୍ୟା ଉଦ୍ୟମ...

୧୩ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ: ବିଷ ପିଇ ପୀଡ଼ିତାଙ୍କ ଆତ୍ମହତ୍ୟା ଉଦ୍ୟମ...


ପୁରୀ,୦୧/୦୬ : ପୁରୀ ଜିଲ୍ଲା ସତ୍ୟବାଦୀରେ ଲଜ୍ଜା। ୧୩ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ହୋଇଛି । ମାନସିକ ଭାରସାମ୍ୟ ହରାଇ ବିଷ ପିଇଦେଲେ ନାବାଳିକା। ଗୁରୁତର ଅବସ୍ଥାରେ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। 

          Ad..


ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ବରରେ ଚିକିତ୍ସା କରାଯାଉଛି। ଏନେଇ ବଳଙ୍ଗା ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତାଙ୍କ ବାପା। ନାବାଳିକା କତା କାମ କରିବାକୁ ଯାଇଥିବା ବେଳେ ଅଭିଯୁକ୍ତ ଅଜୁ ପ୍ରଧାନ ତାଙ୍କ ସହ ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। 

         Ad..


ତେବେ କୌଶଳକ୍ରମେ ନାବାଳିକା ଜଣକ ଖସି ଆସିଥିଲେ। ଘଟଣା ସମ୍ପର୍କରେ କାହାକୁ ଜଣାଇଲେ ହତ୍ୟା କରିବାକୁ ଧମକ ଦେଇଥିଲା ଅଭିଯୁକ୍ତ। ଘରେ ପହଞ୍ଚି କୀଟନାଶକ ପିଇବା ପରେ ବାପାଙ୍କୁ ଫୋନ୍ କରି ଜଣାଇଥିଲେ ନାବାଳିକା । 

ଏନେଇ ଥାନାରେ ଅଭିଯୋଗ ପରେ ପୁଲିସ ଅଭିଯୁକ୍ତକୁ ଧରିବାକୁ ସ୍ବତନ୍ତ୍ର ଟିମ୍‌ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଛି।



Edited by k.s thakur...





Post a Comment

Previous Post Next Post