୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି...
ଭୁବନେଶ୍ଵର,୧୯/୦୬ : ଆସନ୍ତାକାଲି ୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୬୦ ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ୪୫ ଟି ପ୍ରକଳ୍ପର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି।
Ad..
ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।ବିମାନ ବନ୍ଦରରୁ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ ପ୍ରଧାନମନ୍ତ୍ରୀ। ପରେ କଳିଙ୍ଗ ଷ୍ଟାଡିୟମରୁ ବିଶାଳ ରୋଡ ସୋ’ କରିବେ। ପାଖାପାଖି ୨ ଲକ୍ଷ ଲୋକ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରବା କାର୍ଯ୍ୟକ୍ରମ ରହିଛି।
Ad..
ପ୍ରଧାନମନ୍ତ୍ରୀ ମୋଦି ବୟୋବନ୍ଦନା କାର୍ଡ ଏବଂ ଅନ୍ତ୍ୟୋଦୟ ଘର ବଣ୍ଟନ କରିବାସହ ଲକ୍ଷପତି ଦିଦିଙ୍କୁ ଭେଟିବା କାର୍ଯ୍ୟକ୍ରମ ସ୍ଥିର ହୋଇଥିବା କହିଛନ୍ତି ସାମଲ।
Edited by k.s thakur...



