ଶରଧାବାଲି ଦଳାଚକଟା: ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସପି; ୨ ପୋଲିସ ଅଫିସର ନିଲମ୍ବିତ...
ଭୁବନେଶ୍ଵର,୨୯/୦୬ : ଶରଧାବାଲିରେ ଅଘଟଣ ଘଟଣାରେ କାର୍ଯ୍ୟାନୁଷ୍ଠାନ। ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି। ଉନ୍ନୟନ କମିଶନରଙ୍କ ଅଧୀନରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ। ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ବଦଳରେ ଚଞ୍ଚଳ ରାଣାକୁ ମିଳିଛି ନୂଆ ଦାୟିତ୍ୱ।
Ad..
ଏହାସହ ପୁରୀ ଏସ୍ପି ବିନିତ ଅଗ୍ରଓ୍ୱାଲ୍ଙ୍କ ବଦଳରେ ପିନାକ ମିଶ୍ରଙ୍କୁ ଦିଆଯାଇଛି ଦାୟିତ୍ୱ। ଏହାସହ DCP ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢୀଙ୍କୁ ମଧ୍ୟ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି।
Ad..
ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ।
ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହା ସହ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରାଯାଇଛି।
Edited by k.s thakur...



