ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ କରାଗଲା ଏୟାରଲିଫ୍ଟ...
ଭୁବନେଶ୍ବର,୨୦/୦୭ : ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିବା ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଆଜି ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଉଛି। ଏନେଇ ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି।
Ad..
ଇତିମଧ୍ୟରେ ଦିଲ୍ଲୀଏମ୍ସରେ ପୀଡ଼ିତାଙ୍କ ପାଇଁ ବେଡ୍ ବ୍ୟବସ୍ଥା କରାଯାଇଛି। ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ପୀଡ଼ିତାଙ୍କୁ ଭୁବନେଶ୍ବର ବିମାନବନ୍ଦର ଅଭିମୁଖେ ନିଆଯାଉଛି। ଏଥିଲାଗି ଗ୍ରିନ୍ କରିଡର୍ର ବ୍ୟବସ୍ଥା କରାଯାଇଛି।
Ad..
ଏମ୍ସ ଭୁବନେଶ୍ବର ନିର୍ଦ୍ଦେଶକ ଶ୍ରୀ ବିଶ୍ବାସ କହିଛନ୍ତି, ନାବାଳିକା ଜଣକ ଆଗାମୀ ୪୮ ଘଣ୍ଟା ଅବଜରଭେସନ୍ରେ ରହିଥିଲେ। ସେ ଆଇସିୟୁରେ ଅକ୍ସିଜେନ୍ ସପୋର୍ଟରେ ଥିଲେ। ୨୦ରୁ୨୫ ପ୍ରତିଶତ ବ୍ୟତୀତ ଶରୀର ଅନ୍ୟ ସ୍ଥାନ ପୋଡ଼ିଛି। ଏହା ହେଉଛି ସେକେଣ୍ଡ ଓ ଥାର୍ଡ ଡିଗ୍ରୀ ବର୍ଣ୍ଣ। କିନ୍ତୁ ପୀଡ଼ିତା ଏବେ କଥାବାର୍ତ୍ତା କରୁଛନ୍ତି।
Ad..
ନାବାଳିକାଙ୍କ ଚିକିତ୍ସାରେ ୧୪ ଜଣିଆ ଡାକ୍ତରୀ ଟିମ୍ ନିୟୋଜିତ ଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଥିଲା। ନାବାଳିକା ଜଣକ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କୁ ସ୍ବତନ୍ତ୍ର ଚିକିତ୍ସା ଦିଆଯାଉଛି।
ବିଶେଷଜ୍ଞ ଡାକ୍ତର ସଂଜୟ ଗିରିଙ୍କ ନେତୃତ୍ବରେ ନାବାଳିକାଙ୍କ ଚିକିତ୍ସା ଜାରି ରହିଛି। ଏହି ଟମ୍ରେ ପ୍ରଫେସର ଅନୁପମ ଦେ, ପ୍ରଫେସର ମନୋଜ ପାଣିଗ୍ରାହୀ, ଡ. ଦେବାଶିଷ ଆଚାର୍ଯ୍ୟ, ଡ. ଆଲୋକ ସାହୁ, ଡ. ରିତେଶ ପଣ୍ଡା, ଡ. ସିନ୍ଧୁ ସୁଧା ସାହୁ, ଡ. ସୁବର୍ଣ୍ଣ ମିତ୍ର, ଡ. ପ୍ରୀତି ମୀନା, ଡ. ତରୁଣ କୁମାର ପାତ୍ର, ଡ. ଶ୍ୟାମସୁନ୍ଦର ବେହେରା, ଡ. ଦେବଶ୍ରୀ ଦାସ, ଡ. ମହାଲିଙ୍ଗମ୍ ଓ ପ୍ରିୟଦର୍ଶିନୀ ସାହୁ ଥିଲେ।
Edited by k.s thakur...
Tags:
AIIMS
air lift
balanga
Bhubaneswar
latest news
latest update
odisha daily current affairs
puri
victim




