ସୌମ୍ୟାଶ୍ରୀଙ୍କ ଆତ୍ମହୁତି ଘଟଣାରେ ବିଜେଡି ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ...

ସୌମ୍ୟାଶ୍ରୀଙ୍କ ଆତ୍ମହୁତି ଘଟଣାରେ ବିଜେଡି ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ...


ବାଲେଶ୍ୱର,୧୬/୦୭ : ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା ଦେଇଛି ବିଜେଡି। ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ। 

Ad..


ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଦାବିରେ ବନ୍ଦ ଡାକରା ଦେଇଛି ବିଜେଡି। ଷ୍ଟେସନ ବଜାର ଓ ଫକୀର ମୋହନ ଗୋଲେଇ ଛକରେ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

     Ad..


ବୁଧବାର ଦିନ ଆଠ ଘଣ୍ଟିଆ ବାଲେଶ୍ୱର ବନ୍ଦ ପାଳନ କରାଯାଉଥିବାରୁ ଦୋକାନ ବଜାର, ସରକାରୀ ଅଫିସ୍‍, ବେସରକାରୀ ଅନୁଷ୍ଠାନ ସବୁ ବନ୍ଦ ରହିଛି । କେବଳ ଅତ୍ୟାବଶ୍ୟକ ସେବା ବ୍ୟତୀତ ଅନ୍ୟ ସମସ୍ତ କ୍ଷେତ୍ର ବନ୍ଦ ରହିବ ବୋଲି ଦଳ ପକ୍ଷରୁ କୁହାଯାଇଛି। 

Ad..


ସାମ୍ପ୍ରତିକ ଶାସନ ବ୍ୟବସ୍ଥା ଯୋଗୁଁ ଜଣେ ଛାତ୍ରୀଙ୍କ ଅମୂଲ୍ୟ ଜୀବନ ଚାଲିଯାଇଥିବା ଦଳ ପକ୍ଷରୁ ଅଭିଯୋଗ ହୋଇଛି। ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପ୍ରଦାନ ସାଙ୍ଗକୁ ଭବିଷ୍ୟତରେ ଯେଭଳି ଏମିତି ଅଘଟଣ ନଘଟେ, ସେନେଇ ସରକାର ଉଚିତ ପଦକ୍ଷେପ ନେବା ଦାବିରେ ଏହି ୮ଘଣ୍ଟିଆ ବାଲେଶ୍ୱର ବନ୍ଦ କରାଯିବ ବୋଲି ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା ସୂଚନା ଦେଇଛନ୍ତି।



Edited by k.s thakur...

Post a Comment

Previous Post Next Post