୩ଟି ଜିଲ୍ଲାର ୮ଟି ବ୍ଲକ ବନ୍ୟା ଅଞ୍ଚଳ ଆକାଶ ମାର୍ଗରୁ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ...

୩ଟି ଜିଲ୍ଲାର ୮ଟି ବ୍ଲକ ବନ୍ୟା ଅଞ୍ଚଳ ଆକାଶ ମାର୍ଗରୁ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ...


ଭୁବନେଶ୍ବର,୩୦/୦୭ : ବନ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ବୁଲି ଦେଖିଥିଲେ । ବିଶେଷ କରି ୩ଟି ଜିଲ୍ଲାର ୮ଟି ବ୍ଲକ ପ୍ରଭାବିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 

        Ad..


ବାଲେଶ୍ବର ଜିଲ୍ଲାର ୪ଟି ବ୍ଲକ ପ୍ରଭାବିତ ହୋଇଛି । ବସ୍ତା, ବାଲିଆପାଳ, ଭୋଗରାଇ, ଜଳେଶ୍ବର ପ୍ରଭାବିତ ହୋଇଛି। ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ବ୍ଲକ୍‌ ପ୍ରଭାବିତ ହୋଇଛି। 

      Ad..


ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଥିବାବେଳେ କେନ୍ଦୁଝର ଜିଲ୍ଲା ସେପରି ଭାବେ ପ୍ରଭାବିତ ହୋଇ ନାହିଁ ବୋଲି ସୂଚନା ଦେଇଛନ୍ତି।ମୋଟ୍‌ ୮୧ଟି ଗାଁ, ୩୦ ହଜାର ଲୋକେ କ୍ଷତି ସହିଛନ୍ତି। 

Ad..


ବନ୍ୟାସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଭିତରେ ରହିଛି। ୧୦ ହଜାର ଲୋକଙ୍କୁ ଦୁଇ ବେଳା ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି । ରନ୍ଧା ଖାଦ୍ୟ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଦିଆଯିବ। ଯେଉଁସବୁ ସ୍ଥାନରେ ଲୋକଙ୍କ ଘର କ୍ଷତି ହୋଇଛି କ୍ଷତିପୂରଣ ଦିଆଯିବ। 

କ୍ଷୟକ୍ଷତି ଆକଳନ ପାଇଁ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦିଆଯାଇଅଛି। ଜିରୋ କାଜୁଆଲିଟିକୁ ସରକାର ଗୁରୁତ୍ବ ଦେଉଛନ୍ତି। ଯାହାର ଘର ସମ୍ପୂର୍ଣ୍ଣ ଭାବେ ଭାଙ୍ଗିଥିବ, ନୂଆ ଘର ମିଳିବ। ଆଂଶିକ ଘର ମରାମତି ଖର୍ଚ୍ଚ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।



Edited by k.s thakur...

Post a Comment

Previous Post Next Post