ରକ୍ଷା ବନ୍ଧନରେ ଆସିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା...

ରକ୍ଷା ବନ୍ଧନରେ ଆସିଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା...


ଜୟପୁର,୦୯/୦୮ : ଆଜି ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁର ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କୁ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ବାଣ୍ଟିଛନ୍ତି । ସମଗ୍ର ରାଜ୍ୟରେ କୋଟିଏରୁ ଅଧିକ ହିତାଧିକାରୀ ତୃତୀୟ କିସ୍ତିର ୫ ହଜାର ଟଙ୍କା ବାଣ୍ଟିଛନ୍ତି ।

      Ad..


‘ସୁଭଦ୍ରା ଯୋଜନା’ ଅନେକ ମହିଳାଙ୍କ ଜୀବନରେ ପ୍ରଗତି ଓ ପରିବର୍ତ୍ତନର ନୂଆ ଅଧ୍ୟାୟ ସୃଷ୍ଟି କରିବାରେ ସଫଳ ହୋଇଛି। ଏହା ସେମାନଙ୍କର ପରିବାରକୁ ଆର୍ଥିକ ଶକ୍ତି ଦେବା ସହିତ ସେମାନଙ୍କୁ  ଉଦ୍ୟମୀ ମହିଳା ଭାବେ ଗଢି ତୋଳିବାରେ ବଳ ଯୋଗାଇଛି ବୋଲି...

   Ad..


ଆଜି କୋରାପୁଟ ଜିଲ୍ଲାର ଜୟପୁର ଠାରେ ଓଡ଼ିଶାର ସର୍ବବୃହତ ମହିଳା ସଶକ୍ତୀକରଣ ଯୋଜନା ‘ସୁଭଦ୍ରା’ର ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ କୋରାପୁଟ ଜିଲ୍ଲାରେ ୪୫୨ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ୪୩୬ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହିତ ୩୦୯.୪୨ କୋଟି ଟଙ୍କା ମୂଲ୍ୟର ୧୨୬ଟି ନୂତନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଥିଲେ।

    Ad..


ଆଜି ମୁଖ୍ୟମନ୍ତ୍ରୀଙ୍କ କରକମଳରେ କୋରାପୁଟ ଜିଲ୍ଲାରେ ୭୬୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଏଥିରେ ଶିକ୍ଷା, ସ୍ୱାସ୍ଥ୍ୟ, ସେତୁ, ସଡକ, ପର୍ଯ୍ୟଟନ ଭଳି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଉନ୍ନୟନମୂଳକ ପ୍ରକଳ୍ପ ରହିଛି। 

 Ad..


ଏହି ପ୍ରକଳ୍ପ ଗୁଡିକ କାର୍ଯ୍ୟକାରୀ ହେଲେ ଜିଲ୍ଲାର ବିକାଶ ଆହୁରି ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଏଥିସହିତ ଖୁବ ଶୀଘ୍ର ଜୟପୁରରୁ ଭୁବନେଶ୍ୱର, ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହା ମଧ୍ଯ ଘୋଷଣା କରିଛନ୍ତି ଯେ, ଜୟପୁର ସ୍ଥିତ ପେପର ମିଲ ପୁନର୍ବାର ଚାଲୁ ହେବ ଓ ଜୟପୁର ଠାରେ ଏକ ନୂତନ କଲେଜ ସ୍ଥାପନ ହେବ।

ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ଆର୍ଥିକ ଅଭାବରୁ ଯେଉଁ ମା’ ମାନେ ନିଜ ସ୍ୱପ୍ନକୁ ଛାଡ଼ିବାକୁ ବାଧ୍ୟ ହେଉଛନ୍ତି, ସେମାନଙ୍କ ପାଇଁ ଆଶାର କିରଣ ସାଜିଛି ‘ସୁଭଦ୍ରା’।

ସରକାରଙ୍କ ଲକ୍ଷ୍ୟ ସେହି ସମସ୍ତ ମହିଳାଙ୍କୁ ସଶକ୍ତ କରି ଆତ୍ମନିର୍ଭର କରିବା ଓ ଆତ୍ମନିର୍ଭର ଭାରତ ଗଢିବାରେ ସାମିଲ ହେବା। ଏହି ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ମା’ ମାନେ ନିଜ ନିଜ ଛୋଟ ବଡ ବ୍ୟବସାୟ ଆରମ୍ଭ କରିପାରିଛନ୍ତି, ଆଉ କିଛି ଅଧିକ ପୁଞ୍ଜି ବିନିଯୋଗ କରି ନିଜ ନିଜର କ୍ଷୁଦ୍ର ବ୍ୟବସାୟକୁ ବୃଦ୍ଧି କରିଛନ୍ତି।  

କହିରଖୁଛୁ ଯେ, ଗତବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରାଯାଇଥିଲା । ଏହା ପରେ ଚଳିତ ବର୍ଷ ମହିଳା ଦିବସରେ ଦ୍ୱିତୀୟ କିସ୍ତି ଦିଆଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ବଳଭଦ୍ର ମାଝୀ ଓ ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଥିଲେ ।



Edited by k.s thakur...

Post a Comment

Previous Post Next Post