ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର...

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର...


ବରଗଡ଼,୨୨/୦୯ (ବିଜୟ କୁମାର ସାହୁ) : ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । 

Ad..


ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହ।...

        Ad..


ଉପଜିଲ୍ଲାପାଳ ସ୍ନେହା ଅରୁଗୁଲା, ଝାରବନ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ପର୍ଶୁରାମ ପଣ୍ଡା, ଝାରବନ୍ଧ ତହସିଲଦାର ଶ୍ରୀ ଅଲେଖ ଘୁଟା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ କୁବେର ଚନ୍ଦ୍ର ମହନ୍ତ ଏବଂ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାଣ୍ଡବ ଶବର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

Ad..


ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୧୦୧ ଗୋଟି  ଅଭିଯୋଗ ମଧ୍ୟରୁ...

Ad..


୮୦ ଗୋଟି ବ୍ୟକ୍ତିଗତ ଏବଂ ୨୧ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ଅନ୍ୟ ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Ad..





Report : Bijay ku sahu

Edited by k.s thakur...

Post a Comment

Previous Post Next Post