‘ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ...
ଭୁବନେଶ୍ବର,୧୮/୦୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧାର୍ ଠାରେ ଆଜି ‘ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ’ର ଦେଶବ୍ୟାପୀ ଶୁଭାରମ୍ଭ କରିଛନ୍ତି। ମହିଳାଙ୍କ ସ୍ୱାସ୍ଥ୍ୟ, ପୋଷଣ ଉପରେ ଫୋକସ ହୋଇଥିବା ଏହି କାର୍ଯ୍ୟକ୍ରମ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଚାଲିବ।
Ad..
ଏହି ଅବସରରେ ଆଜି ଭୁବନେଶ୍ୱର ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକ ଓ ନେତୃମଣ୍ଡଳୀ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଥିଲେ।
Ad..
ପରେ କାର୍ଯ୍ୟକ୍ରମରେ ଆୟୋଜିତ ହେଲଥ୍ ସ୍କ୍ରିନିଂ ଷ୍ଟଲ୍କୁ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରି ବୁଲି ଦେଖିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଥିଲେ, ସେପ୍ଟେମ୍ବର ୧୭ ତାରିଖ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସ ମହିଳାଙ୍କ ସଶକ୍ତୀକରଣ କ୍ଷେତ୍ରରେ ଏକ ଶୁଭଙ୍କର ଦିନ।
Ad..
ଗତବର୍ଷ ଏହି ଦିବସରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ମା’ ମାନଙ୍କ ପାଇଁ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ। ଆଜି ସାରା ଦେଶର ମା’ ମାନଙ୍କ ପାଇଁ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ ଆରମ୍ଭ କରିଛନ୍ତି। ଶିକ୍ଷା, ସ୍ୱାସ୍ଥ୍ୟ ଠାରୁ ଆରମ୍ଭ କରି ଆର୍ଥିକ ସଶକ୍ତୀକରଣ ପର୍ଯ୍ୟନ୍ତ ନାରୀ ଜୀବନର ପ୍ରତ୍ୟେକ ପର୍ଯ୍ୟାୟରେ ମୋଦୀଙ୍କ ଯୋଜନା ସେମାନଙ୍କୁ ସହଯୋଗର ହାତ ବଢ଼ାଇଛି।
Ad..
ଉଜ୍ଜ୍ୱଳା, କିଶୋରୀ ଶକ୍ତି ଯୋଜନା, ନୟୀ ରୋସ୍ନୀ ଯୋଜନା, ବେଟି ବଚାଓ ବେଟି ପଢ଼ାଓ, ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ପରି ଅନେକ ଯୋଜନା ମହିଳାଙ୍କ ଜୀବନରେ ବ୍ୟାପକ ପରିବର୍ତ୍ତନ ଆଣିଛି।
Ad..
ସେ ଆହୁରି ମଧ୍ୟ କହିଥିଲେ ଯେ ଏହି ଅଭିଯାନରେ ମହିଳାଙ୍କ ସ୍ୱାସ୍ଥ୍ୟ, ପୋଷଣ, ଉପଯୁକ୍ତ ଖାଦ୍ୟ ପାନୀୟ ସମ୍ପର୍କରେ ସଚେତନତା ଅଭିଯାନ କରାଯିବ। ରକ୍ତଦାନ ଶିବିର ମଧ୍ୟ ଆୟୋଜିତ ହେବ।
ଉଚ୍ଚରକ୍ତ ଚାପ, ମଧୁମେହ, କର୍କଟ, ରକ୍ତହୀନତା, ଯକ୍ଷ୍ମା, ସିକିଲ୍ସେଲ୍ ଆଦି ରୋଗ ସହ ମାତୃ ସ୍ୱାସ୍ଥ୍ୟ ଓ କିଶୋରୀ ସୁସ୍ଥତା ସମ୍ବନ୍ଧିତ ରୋଗଗୁଡ଼ିକ ଚିହ୍ନଟ କରିବା ପାଇଁ ସ୍କ୍ରିନିଂ ଓ ଚିକିତ୍ସା ପାଇଁ ବ୍ୟବସ୍ଥା ମଧ୍ୟ କରାଯିବ। ରାଜ୍ୟର ୩୦ଟି ଜିଲ୍ଲାରୁ ୧.୫ କୋଟି ମା’ ଓ ଭଉଣୀ ଏହି ଅଭିଯାନ ଜରିଆରେ ଉପକୃତ ହେବେ।
ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜନ ହୋଇଛି। ଆଜି ଦିନ ସାଢ଼େ ୧ଟା ସୁଦ୍ଧା ରାଜ୍ୟରେ ୭୦ ହଜାରରୁ ଉର୍ଦ୍ଧ୍ୱ ମା’ ଓ ଭଉଣୀଙ୍କ ବିଭିନ୍ନ ଶିବିରରେ ସ୍କ୍ରିନିଂ କରାଯାଇଛି। ଏ କ୍ଷେତ୍ରରେ ଓଡ଼ିଶା ଦେଶରେ ଚତୁର୍ଥ ସ୍ଥାନରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
Edited by k.s thakur...
Tags:
Bhubaneswar
cm mohan Majhi
inauguration
latest news
latest update
Mukesh mahaling
odisha daily current affairs
odisha news
pm modi






