ପାଖେଇଲା ବାତ୍ୟା ମୋନ୍ଥା : ଓଡ଼ିଶାର ଏହି ୭ଜିଲାକୁ ବଡ଼ ବିପଦ!
ଭୁବନେଶ୍ୱର,୨୬/୧୦: ସ୍ପଷ୍ଟ ହେଲା ବାତ୍ୟା ‘ମୋନ୍ଥା’ର ଗତିପଥ। ୨୮ ତାରିଖ ମଙ୍ଗଳବାର ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ।
Ad..
ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
Ad..
ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଶନିବାର ପୂର୍ବାହ୍ନରେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।
Ad..
ବୈଠକର ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସମସ୍ତ ଜିଲାକୁ ବାତ୍ୟା ଓ ବର୍ଷା ଆଲର୍ଟ ଜାରି କରାଯାଇଛି। ବାତ୍ୟାର ପ୍ରକୋପ ୧୫ ଜିଲା ଉପରେ ଅଧିକ ରହୁଥିବାରୁ ସେଠାରେ ସଜାଗ ରହିବାକୁ ସମ୍ପୃକ୍ତ ଜିଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛିି।
Ad..
ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ବାଲେଶ୍ୱରରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ବାଲେଶ୍ବର ଜିଲ୍ଲାପାଳ।
Ad..
ସେହିପରି ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ କରାଯାଇଛି। ଏବଂ ମୁଖ୍ୟାଳୟ ଛାଡ଼ିବା ଉପରେ କଟକଣା ଜାରି କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲାରେ ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ନ ଛାଡ଼ିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି।
Ad..
ମାଲକାନଗିରିରେ ୨୭ରୁ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ। କୋରାପୁଟରେ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ। କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି ଜିଲାପାଳ।
Edited by k.s thakur...
Tags:
7 district
Bhubaneswar
cyclone montha
impact
latest news
latest update
odisha daily current affairs
odisha news
weather update







