୨୭ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା ‘ମୋନ୍ଥା’...
ଭୁବନେଶ୍ଵର,୨୪/୧୦ : ୨୭ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା ‘ମୋନ୍ଥା’। ଆଜି ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଆସନ୍ତକାଲି ଅବପାତର ରୂପ ନେବ।
Ad..
୨୬ ବେଳକୁ ଏହା ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାରେ ପରିଣତ ହେବ। ୨୮ ଓ ୨୯ରେ ଅତି ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ ତୋଫାନ ଆକଳନ କରାଯାଇଛି।
Ad..
ଏହାର ପ୍ରଭାବରେ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିମି ରହିପାରେ ।ଅନ୍ୟପଟେ ଥାଇଲାଣ୍ଡର ସୁପାରିସ୍ରେ ବାତ୍ୟା ନାଁ ରଖାଯାଇଛି ‘ମୋନ୍ଥା’। ଥାଇ ଭାଷାରେ ‘ମୋନ୍ଥା’ର ଅର୍ଥ ‘ସୁଗନ୍ଧିତ ଫୁଲ’, କିମ୍ବା ‘ସୁନ୍ଦର ଫୁଲ’ ।
Ad..
କିନ୍ତୁ ବାତ୍ୟାର ନାଁ ‘ମୋନ୍ଥା’ ନେଇ ଏପର୍ଯ୍ୟନ୍ତ IMD ସ୍ପଷ୍ଟ କରିନାହିଁ । WMO ପ୍ୟାନେଲ୍ ଅନୁସାରେ ଏଥର ଥାଇଲାଣ୍ଡ ନାମକରଣ କରିବ।ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ଦେଇ କହିଛନ୍ତ କୌଣସି ପରିସ୍ଥିତିର ମୁକାବିଲା କରିବା ପାଇଁ ଆମେ ପ୍ରସ୍ତୁତ ଅଛୁ।
Ad..
ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ହୋଇଥିବାରୁ ଆମେ ସବୁବେଳେ ପ୍ରସ୍ତୁତ ରହିଛୁ। ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଛି। ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ଅଧିକ ରହିଛି।
Ad..
ସ୍ୱାସ୍ଥ୍ୟ ବିଭାଗକୁ ସଜାଗ ରହିବାକୁ ନିର୍ଦେଶ ଦିଆଯାଇଛି। ପଶୁମାନଙ୍କ ସୁରକ୍ଷା ପାଇଁ ପଶୁ ସମ୍ପଦ ବିଭାଗକୁ ଆଲର୍ଟ କରାଯାଇଛି।ଏପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା କହିଛନ୍ତି, ଆନ୍ଧ୍ର ଉପରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଅଧିକ ରହିବ।
Ad..
ବାତ୍ୟା ଯୋଗୁ ୨୭ତାରିଖରୁ ୨୯ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ। ପ୍ରାୟ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
୨୬ରୁ ୨୯ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।୨୭ ତାରିଖରେ କେନ୍ଦ୍ରାପଡା, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଜିଲାରେ ବର୍ଷା ହେବ।
ଆସନ୍ତା ୨୮ ଓ ୨୯ ତାରିଖରେ ଅଧିକାଂଶ ଜିଲାରେ ବର୍ଷା ଲାଗି ରହିବ। ସେହିସବୁ ଜିଲା ଗୁଡିକ ହେଲା କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ। ୨୯ରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହେବ।
୩୦ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
Edited by k.s thakur...
Tags:
Bhubaneswar
cyclone months
IMD forecast
latest news
latest update
October 27
odisha daily current affairs
odisha news







