ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ...
ଭୁବନେଶ୍ଵର,୦୫/୧୧ : ଚାଷୀଙ୍କ ପାଇଁ ଖୁସି ଖବର। ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ।ଖରିଫ ଫସଲ ପୂର୍ବରୁ ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର।
Ad..
ବିଭିନ୍ନ ପ୍ରକାରର ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍ପିକୁ ଆଜି କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି । ଏହି କ୍ରମରେ ଆଜି ରାଜ୍ୟ ସରକାର ଧାନର MSP କ୍ୱିଣ୍ଟାଲ ପିଛା ୬୯ ଟଙ୍କା ବୃଦ୍ଧି କରିଛନ୍ତି।
Ad..
ଏଣିକି ୩୧୦୦ ବଦଳରେ କ୍ୱିଣ୍ଟାଲ ପିଛା ୩୧୬୯ ଟଙ୍କା ଦେବେ ସରକାର। କେନ୍ଦ୍ର ସରକାର ଧାନ କ୍ୱିଣ୍ଟାଲ ପିଛା ବର୍ଦ୍ଧିତ ଏମଏସପି ୨୩୬୯ ଟଙ୍କା ସ୍ଥିର କରିଥିବା ବେଳେ ରାଜ୍ୟ ସରକାର କ୍ୱିଣ୍ଟାଲ ପିଛା ଦେଉଛନ୍ତି ୮୦୦ ଟଙ୍କାର ଇନପୁଟ ସବସିଡି।
Ad..
ସେଇଭଳି A-କିସମର ଧାନ ପାଇଁ କ୍ୱିଣ୍ଟାଲ ପିଛା ୮୯ ଟଙ୍କା ବୃଦ୍ଧି ହେବ ସହ ମୋଟ୍ ଟଙ୍କା ୩୧୮୯ ଧାର୍ଯ୍ୟ କରାଯାଇଛି । ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
Ad..
Edited by k.s thakur...
Tags:
Bhubaneswar
crop rate increase
farmers
good news
government of odisha
latest news
latest update
odisha daily current affairs
odisha news





