ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ...

ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ...


ଭୁବନେଶ୍ୱର,୨୪/୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ। ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ। ଉନ୍ନୟନ କମିସନର ଦାୟିତ୍ୱ ତୁଲାଉଥିଲେ ଅନୁ ଗର୍ଗ। ଚଳିତ ମାସ ୩୧ ତାରିଖରେ ଶେଷ ହେଉଛି ମନୋଜ ଆହୁଜାଙ୍କ କାର୍ଯ୍ୟକାଳ।

     Ad..


ଆହୁଜାଙ୍କ ପରେ ନୂଆ ବର୍ଷରୁ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ତୁଲାଇବେ ଅନୁ ଗର୍ଗ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

   Ad..


ଅନୁ ଗର୍ଗ ହେଉଛନ୍ତି ୧୯୯୧ ବ୍ୟାଚର ଆଇଏଏସ୍ ଅଧିକାରୀ। ସେ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ୧୯୬୯ ମାର୍ଚ୍ଚ ୧ରେ ଜନ୍ମ ଗ୍ରହଣ କରିଥିଲେ।

Ad..


ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରୁ ସମାଜ ଶାସ୍ତ୍ରରେ ଏମ୍.ଏ. ଏବଂ ଜନ୍ସ ହପକିନ୍ସ ବ୍ଲୁମବର୍ଗ ସ୍କୁଲ ଅଫ୍ ପବ୍ଲିକ୍ ହେଲଥରୁ ମାଷ୍ଟର ଅଫ୍ ପବ୍ଲିକରୁ ଶିକ୍ଷା ଲାଭ କରିଛନ୍ତି। ବର୍ତ୍ତମାନ ଅନୁ ଗର୍ଗ ରାଜ୍ୟର ଉନ୍ନୟନ କମିଶନର, ତଥା ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଭାବରେ କାର୍ଯ୍ୟରତ ଅଛନ୍ତି।



Edited by k.s thakur...

Post a Comment

Previous Post Next Post