ନବୀନ ବର୍ଦ୍ଧିତ ଦରମା ନ ନେବା ପ୍ରସଙ୍ଗ: ଟାର୍ଗେଟ କଲେ ବିଜେପି ଓ କଂଗ୍ରେସ...
ଭୁବନେଶ୍ଵର,୧୪/୧୨ : ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଛି । ନବୀନ ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ବିଜେଡି ସୁପ୍ରିମୋକୁ ଟାର୍ଗେଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ସେ କହିଛନ୍ତି ବିଧାନସଭାରେ ନବୀନ ବାବୁଙ୍କୁ କହିବାର ସୁଯୋଗ ଥିଲା।
Ad..
କାହିଁକି ଆସିଲେ ନାହିଁ କି କାହିିଁକି ମତ ରଖିଲେ ନାହିଁ। ଏହା ଆଉ କିଛି ନୁହେଁ, କେବଳ ରାଜନୀତି। ବର୍ଦ୍ଧିତ ଦରମା ନ ନେବା କେବଳ ରାଜନୀତି।ସେହିପରି ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି ନବୀନ ବାବୁ ବହୁତ ଧନୀ ଲୋକ, ଏ ସବୁ ଡ୍ରାମା। ନବୀନ ବାବୁଙ୍କ ଡ୍ରାମାକୁ ଆଉ କେହି ଗ୍ରହଣ କରୁନାହାନ୍ତି।
Ad..
ଅନ୍ୟପଟେ ଏହାକୁ ନେଇ କଂଗ୍ରେସ ବିଧାୟକ ପବିତ୍ର ସାଉଁତା ବିଜେଡ଼ିକୁ ଟାର୍ଗେଟ କରି କହିଛନ୍ତି ବିଧାୟକଙ୍କ ବର୍ଦ୍ଧିତ ଦରମା ବିଲ୍କୁ ବିଜେଡି କାହିଁକି ସମର୍ଥନ କଲା ପଚାରିଲେ।ବିରୋଧୀଦଳ ନେତା ବର୍ଦ୍ଧିତ ଦରମା ନ ନେବା ଘୋଷଣା ବିଜେଡିର ଦୋମୁହାଁ ନୀତି । ବିଜେଡି ସଦସ୍ୟ ଓ ବିରୋଧୀଦଳ ମୁଖ୍ୟ ସଚେତକ ବିଲକୁ ସମର୍ଥନ କରିଥିଲେ। ପଲିଟିକାଲ୍ ଷ୍ଟଣ୍ଟ ପାଇଁ ଦରମା ନେବି ନାହିଁ ବୋଲି ନବୀନ କହୁଛନ୍ତି।
ସେ ଆଉ ମଧ୍ୟ କହିଛନ୍ତି ବିରୋଧୀଦଳ ନେତାଙ୍କ ପାଖରେ ଅପର୍ଯ୍ୟାପ୍ତ ସମ୍ପତ୍ତି ଅଛି। ସେ ୨୪ ବର୍ଷ ମୁଖ୍ୟମନ୍ତ୍ରୀ ଓ ତାଙ୍କ ବାପା ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ। ପୂର୍ବତନ ବିଧାୟକମାନଙ୍କ ପାଇଁ ବର୍ଦ୍ଧିତ ଦରମା ଏକ ବରଦାନ ସଦୃଶ।
ନବୀନ ବାବୁ ଦୋମୁହାଁ ନୀତି ନ କରି ସରକାରଙ୍କୁ ସ୍ୱାଗତ କଲେ ଭଲ ହେବ। ତାଙ୍କ ଦଳ ନେତା କହୁଛନ୍ତି ଦରମା ବଢିବା ଠିକ୍, କାରଣ ପଇସା ନାହିଁ ।ନବୀନ ଦଳ ଭିତରେ ପ୍ରଥମେ ଆଲୋଚନା କରି ସାମ୍ନାକୁ ଆସନ୍ତୁ।
ସୂଚନାଯୋଗ୍ୟ, ଗତକାଲି ନବୀନ ପଟ୍ଟନାୟକ କହିଥିଲେ ଯେ, ସେ ବର୍ଦ୍ଧିତ ଦରମା ନେବେନି । ବର୍ଦ୍ଧିତ ଦରମାକୁ ଗରିବ ଲୋକଙ୍କ ପାଇଁ ଖର୍ଚ୍ଚ କରାଯାଉ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଶନିବାର ଚିଠି ଲେଖିଛନ୍ତି।
Edited by k.s thakur...
Tags:
Bhubaneswar
BJP
congress
latest news
latest update
Naveen Patnaik
odisha daily current affairs
odisha news
opposition leader
politics
target



