ତୁରେକେଲା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ...

ତୁରେକେଲା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ...


କଣ୍ଟାବାଞ୍ଜି,୩୦/୧୨ : ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ  ତୁରେକେଲା ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ  ଅନୁଷ୍ଠିତ ହୋଇଛି।

      Ad..


ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅମରିତ କୁମାର ପଣ୍ଡାଙ୍କୁ ସମୁଦାୟ ୫୧ଟି ଅଭିଯୋଗ ଦାଖଲ ହୋଇଥିଲା।ତନ୍ମଧ୍ୟରୁ ୪୪ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୭ ଗୋଟି ସାମୁହିକ ଅଭିଯୋଗ ଥିଲା।

Ad..


ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଜନସାଧାରଣଙ୍କ ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୭ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀ ଙ୍କୁ ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ।

Ad..


ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ-ତଥା-ମୁଖ୍ୟ ଉନ୍ନୟନ ଅଧିକାରୀ ତରଣୀ ସୁନା, ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ ତଥା ସମସ୍ତ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।



Edited by k.s thakur...

Post a Comment

Previous Post Next Post