ଓଡ଼ିଶା ସରକାରଙ୍କ ଦ୍ୱାରା ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ...
ଭୁବନେଶ୍ଵର,୦୧/୧୨ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ ୨୦୨୫ର ବିଜୟୀ ଭାରତୀୟ ଦଳରେ ସାମିଲ ଥିବା ଓଡ଼ିଶାର ୪ ଜଣ ବିଶ୍ୱ ଚାମ୍ପିଅନମାନଙ୍କୁ ନିଜ ବାସଭବନ ଠାରେ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଥିଲେ।
Ad..
ଫୁଲ ସୋରେନ, ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ, ଏବଂ ବାସନ୍ତୀ ହାଁସଦାଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ଦେଶ ଓ ରାଜ୍ୟ ପାଇଁ ଅତୁଳନୀୟ ଗୌରବ ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Ad..
ସେମାନଙ୍କର ନିଷ୍ଠା ଓ ଖେଳ ପ୍ରତି ଥିବା ଦୃଢ଼ ଇଚ୍ଛାଶକ୍ତି ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ଖ୍ୟମନ୍ତ୍ରୀ କହିଛନ୍ତି । ପ୍ରତ୍ୟେକ ଖେଳାଳିଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ପୁରସ୍କାର ସ୍ୱରୂପ ୧୧ ଲକ୍ଷ ଟଙ୍କା ଲେଖାଏଁ ଅର୍ଥ ରାଶି ପ୍ରଦାନ କରାଯାଇଛି ।
ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପ୍ ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି।
Edited by k.s thakur...
Tags:
Bhubaneswar
cm mohan Majhi
felicitated
latest news
latest update
odisha daily current affairs
odisha news
women's T20 player's



