ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ...
ସମ୍ବଲପୁର,୧୧/୦୧ : ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ । ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ସହରବାସୀଙ୍କ ଦୀର୍ଘଦିନର ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ୪୫୧.୨୪ କୋଟି ଟଙ୍କା ବ୍ୟୟରେ ହେବ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ।
Ad..
ଏହି ପ୍ରକଳ୍ପ ସମ୍ବଲପୁର ସହର ସାରା ବିଛାଯିବ ୩୪୦ କି.ମି. ଦୀର୍ଘ ପାଣି ପାଇପ୍ଲାଇନ୍ । ସେଥିପାଇଁ ଗୋଟିଏ ଇନଟେକ୍ ୱେଲ୍ ଓ ଦୁଇଟି ଆଧୁନିକ ୱାଟର୍ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ କରାଯିବ।
Ad..
ସମ୍ବଲପୁର ପଟେ ୬୫ ଏମଏଲଡି ଏବଂ ବୁର୍ଲା ପଟେ ୩୫ ଏମଏଲଡି କ୍ଷମତାର ଦୁଇଟି ଟ୍ରିଟମେଣ୍ଟ ପ୍ଲାଣ୍ଟ ସ୍ଥାପିତ ହେବ।ପ୍ରକଳ୍ପ ସମ୍ପୂର୍ଣ୍ଣ ହେଲେ ଦିନକୁ ୧୦୦ ମିଲିଅନ୍ ଲିଟର ପାନୀୟ ଜଳ ପହଞ୍ଚିବ । ସହରର ୪୧ଟି ୱାର୍ଡର ପ୍ରାୟ ୫ ଲକ୍ଷ ଜନସାଧାରଣ ଉପକୃତ ହେବେ ।
Ad..
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏହା ଯୋଗୁଁ ଅଞ୍ଚଳବାସୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆସିବ । ଏହିପ୍ରକଳ୍ପ କେନ୍ଦ୍ର ସରକାରଙ୍କ “ଅମୃତ ୨.୦” ଯୋଜନା ଅଧୀନରେ “ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍”ଯୋଜନାର ଅଂଶ।
ଏହି ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ, ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର, ପୂର୍ବତନ ବିଧାୟକ ନାଉରି ନାଏକ,ଜିଲ୍ଲାପାଳ ସିଦ୍ଧେଶ୍ଵର ବଳିରାମ ବୋନ୍ଦାର ପ୍ରମୁଖ ଉପସ୍ଥିତ ଥିଲେ।
Edited by k.s thakur...
Tags:
cm mohan Majhi
filter water supply
latest news
latest update
odisha daily current affairs
odisha news
Sambalpur




