ଅଶୋକ ନଗର ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ...

ଅଶୋକ ନଗର ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ...


କଣ୍ଟାବାଞ୍ଜି,୧୯/୦୨ : ସ୍ଥାନୀୟ ଅଶୋକ ନଗର ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅତି ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଅଶୋକ ନଗର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଲାବଣ୍ୟ ବତୀ ଧରୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥିମାନେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଓ ସଂସ୍କାର ଦିଗରେ ଉତ୍ସାହିତ କରିଥିଲେ।

            Ad..


ଏହି ଉତ୍ସବରେ କଣ୍ଟାବାଞ୍ଜି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ (CRCC) ଶ୍ରୀ ଦିନେଶ ମହନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ, ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ଶୋଭାଗିନି ପଣ୍ଡା ମୁଖ୍ୟ ବକ୍ତା ଭାବେ ନିଜର ବକ୍ତବ୍ୟ ରଖିଥିଲେ। 

ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜୟନ୍ତୀ ଷଡ଼ଙ୍ଗୀ ଓ ସ୍କୁଲ୍ ପରିଚାଳନା କମିଟି ସଭାନେତ୍ରୀ ମୀରା ନାୟକ ମଞ୍ଚାସୀନ ଥିଲେ। ସହକାରୀ ଶିକ୍ଷୟିତ୍ରୀ ଭାରତୀ ସାହୁ ସୁଚାରୁ ରୂପେ ମଞ୍ଚ ପରିଚାଳନା କରିଥିଲେ।

​ଏହି ଅବସରରେ ବିଦ୍ୟାଳୟର ପିଲାମାନଙ୍କ ମଧ୍ୟରେ ବିଭିନ୍ନ କ୍ରୀଡ଼ା ଓ କଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ମନୋଜ୍ଞ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। 

କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ଵାରା ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଅଭିଭାବକମାନେ ଉପସ୍ଥିତ ରହି ପିଲାମାନଙ୍କୁ ଉତ୍ସାହିତ କରିଥିଲେ।



Edited by k.s thakur...

Post a Comment

Previous Post Next Post