ଅର୍ଥନୈତିକ ଅଞ୍ଚଳ ପାଇଁ ବିସିପିପିଇଆର୍ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ...
ଭୁବନେଶ୍ଵର,୦୭/୦୨ : ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ହେବ ଅର୍ଥନୈତିକ କରିଡର।ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ୱର-କଟକ-ପୁରୀ-ପାରାଦ୍ୱୀପ ଇକୋନୋମିକ୍ ରିଜିଅନ୍ (BCPPER) ର ଶୁଭାରମ୍ଭ କରିଛନ୍ତି। ଏହି ପ୍ରକଳ୍ପ ଲୋକସେବା ଭବନଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆୟୋଜିତ ହୋଇଥିଲା।
Ad..
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗ୍ରେଟର ଭୁବନେଶ୍ୱର ପାଇଁ ଆବଶ୍ୟକୀୟ ଭିତ୍ତିଭୂମି ସୃଷ୍ଟି କରାଯାଉଛି । ରିଙ୍ଗ ରୋଡ଼, ନୂତନ ସିଟି, ସେମି କଣ୍ଡକ୍ଟର ହବ୍ ଆଦିକୁ ଗୁରୁତ୍ୱ ଦିଆଯାଉଛି।
Ad..
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭିତ୍ତିଭୂମିର ସର୍ବାଙ୍ଗୀନ ବିକାଶ ମାଧ୍ୟମରେ ସମୃଦ୍ଧ ଓଡ଼ିଶା ଗଠନ ଲକ୍ଷ୍ୟ ରଖାଯାଇଛି । ଏହି ଦିଗରେ ନୀତି ଆୟୋଗଙ୍କ ସହଯୋଗରେ BCPPER ପ୍ରସ୍ତୁତ କରାଯାଇଛି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପ୍ରକଳ୍ପ ଭିତ୍ତିଭୂମି ଓ ଅର୍ଥନୀତି କ୍ଷେତ୍ରରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଏହି ଅଞ୍ଚଳଗୁଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ, ଐତିହ୍ୟ, ଶିଳ୍ପ, ଲଜିଷ୍ଟିକ୍ସ ହବ୍ ହେବାର ସମ୍ଭାବନା ରହିଛି।
ଏହି କାର୍ଯ୍ୟକ୍ରମରେ ନୀତିଆୟୋଗର ସଦସ୍ୟ ରାଜୀବ ଗୌବା ଏବଂ ସିଇଓ ବି.ଭି.ଆର୍. ସୁବ୍ରମଣ୍ୟମ ମଧ୍ୟ ଯୋଗଦେଇଛନ୍ତି।
Edited by k.s thakur...



