ମାଓ ମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନଓ୍ୱର ବିଶାଳ ସିଂହଙ୍କ ସୂଚନା...

ମାଓ ମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନଓ୍ୱର ବିଶାଳ ସିଂହଙ୍କ ସୂଚନା...


କୋରାପୁଟ,୦୬/୦୨(ନି.ପ୍ର): ମାଓ ମୁକ୍ତ ହେଲା କୋରାପୁଟ ଜିଲ୍ଲା। ପ୍ରେସମିଟରେ ସୂଚନା ଦେଲେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଡକ୍ଟର କନୱର ବିଶାଳ ସିଂହ। ଏସିଏମ କ୍ୟାଡର ମାଓବାଦୀ ମମତା ପଡ଼ିଆମି ଆତ୍ମସମର୍ପଣ କରିଛନ୍ତି।

Ad..


ରାଜ୍ୟ ସରକାରଙ୍କ ନୂତନ ଆତ୍ମସମର୍ପଣ ଯୋଜନାରେ ଅନୁପ୍ରାଣିତ ହୋଇ ଛତିଶଗଡ଼ ରାଜ୍ୟର ବିଜାପୁର ଡିଭିଜନରେ ସାମିଲ ଥିବା ମମତା ପଡ଼ିଆମୀ ଏସଏଲଆର ସହ ଆତ୍ମସମର୍ପଣ କରିଛନ୍ତି। 

Ad..


ରାଇଫଲ ଓ ବିଭିନ୍ନ ଗୋଳାବାରୁଦ ସହ ମମତା ଆତ୍ମସମର୍ପଣ କରିଛନ୍ତି । ମମତାଙ୍କ ଆତ୍ମସମର୍ପଣ ପରେ କୋରାପୁଟ ଜିଲ୍ଲା ସମ୍ପୂର୍ଣ୍ଣ ନକ୍ସଲମୁକ୍ତ ହେଲା ବୋଲି କହିଛନ୍ତି ଡିଆଇଜି କନୱର ବିଶାଳ ସିଂହ।

Ad..


୨୦୨୩ ମସିହାରେ ମମତା ଛତିଶଗଡ ବିଜାପୁର ଅଞ୍ଚଳର ବିଭିନ୍ନ ହତ୍ୟା ମାମଲାରେ ଜଡ଼ିତ ଥିଲେ। ମମତାଙ୍କଠାରୁ ଗୋଟିଏ ରାଇଫଲ ଏଵଂ ୧୦ ପ୍ରକାର ବିଭିନ୍ନ ଗୋଳାବାରୁଦ ଜବତ ହୋଇଛି।



Edited by k.s thakur...

Post a Comment

Previous Post Next Post