Page Nav

HIDE

Classic Header

{fbt_classic_header}

Breaking News:

latest
Header ADS

ଓଡ଼ିଶାର ନିଲାମ ହେବ ୩୪ଟି ଖଣି...

ଓଡ଼ିଶାର  ନିଲାମ ହେବ  ୩୪ଟି ଖଣି... ଭୁବନେଶ୍ବର,୨୩/୦୩(ବ୍ୟୁରୋ): ଆଗାମୀ ଦିନରେ ରାଜ୍ୟରେ ୩୪ଟି ଖଣି ନିଲାମ କରାଯିବ। ଲୁହାପଥର, ବକ୍ସାଇଟ୍‌, ଲୁହାପଥର ଓ ମାଙ୍ଗାନିଜ, ...

ଓଡ଼ିଶାର ନିଲାମ ହେବ ୩୪ଟି ଖଣି...


ଭୁବନେଶ୍ବର,୨୩/୦୩(ବ୍ୟୁରୋ): ଆଗାମୀ ଦିନରେ ରାଜ୍ୟରେ ୩୪ଟି ଖଣି ନିଲାମ କରାଯିବ। ଲୁହାପଥର, ବକ୍ସାଇଟ୍‌, ଲୁହାପଥର ଓ ମାଙ୍ଗାନିଜ, ଚୂନପଥର, ମାଙ୍ଗାନିଜ, ତମ୍ବା, ଗୁରୁତ୍ବପୂର୍ଣ୍ଣ ଖଣିଜ ପଦାର୍ଥ ଖଣି ଓ ସୁନା ଖଣି ଆଦିକୁ ନିଲାମ କରାଯିବ। 

        Ad..


ଏହି ଖଣିଗୁଡ଼ିକ ମାଲାକାନଗିରି, ସୁବର୍ଣ୍ଣପୁରକଳାହାଣ୍ଡି, ଦେବଗଡ଼, ମୟୂରଭଞ୍ଜକେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗୀର, ରାୟଗଡ଼ା, କୋରାପୁଟ, ନୂଆପଡ଼ା ଓ ନୟାଗଡ଼ ଜିଲ୍ଲାରେ ରହିଛି। ରାଜ୍ୟ ସରକାର ରାଜ୍ୟରେ ଥିବା ୨୫ଟି ଓ କେନ୍ଦ୍ର ସରକାର ୯ଟି ଖଣି ନିଲାମ କରିବେ। 

    Ad..

ଖଣି ଓ ଖଣିଜ (ବିକାଶ ଓ ନିୟାମକ) ନିୟମ ୨୦୧୫ ଅନୁସାରେ ୫୦ ବର୍ଷିଆ ଲିଜ ଅବଧି ସହ ଏହି ଖଣିଗୁଡ଼ିକୁ ନିଲାମ କରାଯିବ। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ଆସନ୍ତା ଆର୍ଥିକ ବର୍ଷରେ ନିଲାମ ହେବାକୁ ଥିବା ଖଣିଗୁଡ଼ିକ ମଧ୍ୟରୁ ୨୫ଟି ପ୍ରମୁଖ ଖଣିଜ ପଦାର୍ଥ ଥିବା ଖଣି ଓ ୯ଟି ହେଉଛି କ୍ରିଟିକାଲ୍‌ ମିନେରାଲ ଖଣି। 

୨୦୨୬-୨୬ରେ ଦେଶବ୍ୟାପୀ ୨୨ଟି ଖଣି ନିଲାମ କରାଯାଇଥିଲା।ରାଜ୍ୟର ବିଭିନ୍ନ ସ୍ଥାନରେ ସୁନା, ହୀରା ଓ ମାଣିକ ଖଣି ଠାବ କରାଯାଇଥିବା ନେଇ ଖଣି ମନ୍ତ୍ରୀ ବିଭୁତିି ଭୂଷଣ ଜେନା ବିଧାନସଭାରେ ସୂଚନା ଦେଇଥିଲେ। 

ମୟୂରଭଞ୍ଜ ଜିଲ୍ଲାର ମଦନସାହି-କାଞ୍ଜିଆ ଓ କେନ୍ଦୁଝର ଜିଲ୍ଲାର ଜଳଡିହ ସୁନା ଖଣିର ନିଲାମ କରିବାକୁ ସରକାର ଯୋଜନା ରଖିଛନ୍ତି। ଦେବଗଡ଼ର ଅଡସ-ରାମପଲ୍ଲୀରେ ଠାବ କରାଯାଇଥିବା ସୁନା ଖଣିର ମଧ୍ୟ ନିଲାମ କରାଯିବ। 

ନୟାଗଡ଼, ରାୟଗଡ଼ା ଓ ବଲାଙ୍ଗୀରରେ ଗ୍ରାଫାଇଟ୍‌ ଖଣି, ବଲାଙ୍ଗୀରରେ ଭାନାଡିୟମ, ଦେବଗଡ଼ରେ ସୁନା ଓ ମାଲାକାନଗିରିରେ ଟିଣ ଖଣି ନିଲାମ କରାଯିବ। ବିଭିନ୍ନ ଜାତୀୟ ଓ ରାଜ୍ୟସ୍ତରୀୟ ସଂସ୍ଥା ଏହି ଖଣିଗୁଡ଼ିକୁ ଠାବ କରିବା ସହ ଅନୁସନ୍ଧାନ କରିଛନ୍ତି।

୨୦୨୩ ପରଠାରୁ ରାଜ୍ୟରେ ଖଣି ନିଲାମ ହୋଇନଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ନିଲାମ ପାଇଁ ୩୦ଟି ଖଣିକୁ ପ୍ରସ୍ତୁତ କରିଥିଲେ। ସେଥିରୁ ୮ଟି ଖଣି ନିଲାମ ହୋଇଛି। ୧୨ଟି ଖଣିକୁ ନିଲାମ କରାଯାଉଥିବା ବେଳେ ଖୁବ୍‌ଶୀଘ୍ର ଆଉ ୧୦ଟି ଖଣି ନିଲାମ କରାଯିବ।



Edited by k.s thakur...

No comments