ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ...

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ...


କଣ୍ଟାବାଞ୍ଜି,୨୨/୦୩(ନି.ପ୍ର): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ ଗୁରୁତର ହୋଇଛନ୍ତି। 

Ad..


ଗୁରୁତର ଅବସ୍ଥାରେ ତାଙ୍କୁ ଖଡିଆଳ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।ମିଳିଥିବା ସୂଚନା ଅନୁସାରେ, ମହିଳାଙ୍କ ସ୍ବାମୀ ପେଟ ରୋଗରେ ଆକ୍ରାନ୍ତ ହୋଇ ଖଡିଆଳ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। 

    Ad..


ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।ସ୍ବାମୀଙ୍କ ମୃତ୍ୟୁ ଖବର ପାଇ ସ୍ତ୍ରୀ ମାନସିିକ ଭାରସାମ୍ୟ ହରାଇବା ସହ ସମ୍ପୂର୍ଣ୍ଣ ଭାଙ୍ଗିପଡି ଛାତ ଉପରୁ ଯାଇ ଡେଇଁ ପଡିଥିଲେ। 

ଫଳରେ ସେ ଗୁରୁତର ଆହତ ହୋଇଛନ୍ତି। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଖଡିଆଳ ହସ୍ପିଟାଲରେ ଭର୍ତ୍ତି କରିଥିବା ଜଣାପଡିଛି।



Edited by k.s thakur...

Post a Comment

Previous Post Next Post