ହାଇକମାଣ୍ଡ ଚାହିଁଲେ ବିଜେଡି-କଂଗ୍ରେସ ମେଣ୍ଟ ହୋଇପାରେ : ପିସିସି ସଭାପତି...

ହାଇକମାଣ୍ଡ ଚାହିଁଲେ ବିଜେଡି-କଂଗ୍ରେସ ମେଣ୍ଟ ହୋଇପାରେ : ପିସିସି ସଭାପତି...


ଭୁବନେଶ୍ଵର,୧୪/୦୪(ନି.ପ୍ର) : ବିଜେଡି-କଂଗ୍ରେସ ମେଣ୍ଟ ନେଇ ପ୍ରତିକ୍ରିୟା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ସେ କହିଛନ୍ତି ହାଇକମାଣ୍ଡ ଚାହିଁଲେ ବିଜେଡି-କଂଗ୍ରେସ ମେଣ୍ଟ ହୋଇପାରେ । ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନରେ ହାଇକମାଣ୍ଡ ଚାହିଁଲେ ମେଣ୍ଟ ହେବ।

Ad..


ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଏଭଳି ମନ୍ତବ୍ୟ ପରେ ପୁଣି ଥରେ ରାଜ୍ୟ ରାଜନୀତି ସରଗରମ ହୋଇଛି।ଭକ୍ତ ଦାସ କହିଛନ୍ତି ଯେ, ପଞ୍ଚାୟତ ନିର୍ବାଚନରେ ଏକାକି ଲଢିବାକୁ ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଗାମୀ ଦିନରେ କଣ ହେବ,ତାହା ହାଇକମାଣ୍ଡ ହିଁ ନିଷ୍ପତ୍ତି ନେବେ। 

    Ad..


ତେବେ ମେଣ୍ଟ ପ୍ରସଙ୍ଗରେ ଉଭୟ ଦଳ ମଧ୍ୟରେ କୌଣସି ଆଲୋଚନା ହୋଇନାହିଁ । ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିର ରଖି କଂଗ୍ରେସ ନିଜର ସଂଗଠନ ସୁଦୃଢ କରୁଛି।ସେପଟେ ପିସିସି ସଭାପତିଙ୍କ ମେଣ୍ଟ ପ୍ରସଙ୍ଗକୁ ପରୋକ୍ଷରେ ସମର୍ଥନ କରିଛନ୍ତି ବିଜେଡ଼ି ନେତା ଦେବୀପ୍ରସାଦ ମିଶ୍ର। 

ସମ୍ଭାବନା ସବୁ କ୍ଷେତ୍ରରେ ରହିଛି। ପିସିସି ସଭାପତି ଯଦି କହିଛନ୍ତି ତାହାଲେ କିଛି ଅନୁଧ୍ୟାନ କରି କହିଥିବେ।  ରାଜ୍ୟ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସୁପ୍ରିମୋ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଦେବୀ।



Edited by k.s thakur...

Post a Comment

Previous Post Next Post