ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅଧୀନରେ ଜିଲ୍ଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ : ୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପର୍ଣ୍ଣ...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅଧୀନରେ ଜିଲ୍ଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ : ୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପର୍ଣ୍ଣ...


ବରଗଡ଼,୨୧/୦୪(ବିଜୟ କୁମାର ସାହୁ) :ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ମାଧ୍ୟମରେ ଆଜି ରାଜ୍ୟର ୨୭ଟି ଜିଲ୍ଲାରେ ୧,୦୦୦ରୁ ଉର୍ଦ୍ଧ୍ୱ କନ୍ୟାଙ୍କ ସାମୂହିକ ବିବାହ ଅନୁଷ୍ଠିତ ହୋଇଛି। ଏହି କ୍ରମରେ ଆଜି ବରଗଡ଼ ଜିଲ୍ଲା ମୁଖ୍ୟାଳୟ ସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲ୍ଲା ସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପର୍ଣ୍ଣ ହୋଇଛି। 

Ad..


କାର୍ଯ୍ୟକ୍ରମରେ ମାନ୍ୟବର ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟଅତିଥି ଭାବେ ଯୋଗଦେଇ ନବ ଦାମ୍ପତୀଙ୍କୁ ଆଶୀର୍ବାଦ ଦେଇ କହିଥିଲେ ଯେ,ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସରକାରୀ ସହାୟତା ନୁହେଁ, ଏହା ବାଲ୍ୟବିବାହ ବିରୋଧରେ ଏକ ସଂକଳ୍ପ। 

   Ad..


ଯୌତୁକ ପ୍ରଥା ବିରୋଧରେ ଏକ ସାମାଜିକ ସନ୍ଦେଶ ଓ କନ୍ୟାମାନଙ୍କ ସମ୍ମାନକୁ ସୁନିଶ୍ଚିତ କରିବାର ଏକ ଦୃଢ଼ ପଦକ୍ଷେପ। ଏହି ଯୋଜନା କେବଳ ବିବାହ ଉତ୍ସବ ନୁହେଁ, ବରଂ ସାମାଜିକ ସୁରକ୍ଷା ଏବଂ ଲିଙ୍ଗଗତ ସମାନତା ଦିଗରେ ଓଡ଼ିଶା ସରକାରଙ୍କ ଏକ ଦୃଢ଼ ସଂକଳ୍ପ। ବିଧବା ବିବାହକୁ ପ୍ରୋତ୍ସାହନ ଦେବା ହେଉଛି ଏହି ଯୋଜନାର ସ୍ୱତନ୍ତ୍ର ବିଶେଷତା।

     Ad..


ସମ୍ମାନିତ ଅତିଥି ଭାବେ ମାନ୍ୟବର ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ଏବଂ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ସମେତ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ, ପୂର୍ବତନ ସାଂସଦ ପ୍ରଭାସ ସିଂ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଜିଲ୍ଲା ସଭାପତି ଡ଼ ଅରୂପାନନ୍ଦ ସାହୁ...

ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସଂଧ୍ୟାରାଣୀ ନେପାକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା, ଅତିରିକ୍ତ ଉଦ୍ୟାନକୃଷି ନିର୍ଦ୍ଦେଶକ ଗୋବିନ୍ଦ ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ବର ବଧୂଙ୍କୁ ଆଶୀର୍ବାଦ ଦେବା ସହ ଏହି ଯୋଜନାର ସମସ୍ତ ସୁବିଧା ବିଷୟରେ କହିଥିଲେ ।

ସୂଚନାଯୋଗ୍ୟକି, ଆଜି ବରଗଡ଼ ଜିଲ୍ଲାର ବିିଭିନ୍ନ ବ୍ଲକ୍‌ରୁ ଆସିଥିବା ୩୩ଯୋଡ଼ା ଯୁବକ-ଯୁବତୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ସାଧାରଣ ବର୍ଗର ବରକନ୍ୟା ରହିଥିଲେ । ବିବାହ କରିଥିବା ସମସ୍ତ ୩୩ ଜଣ କନ୍ୟାମାନଙ୍କୁ ୬୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। 

ସେଥି ମଧ୍ୟରୁ ୪୫ ହଜାର ଟଙ୍କା ସିଧାସଳଖ କନ୍ୟାମାନଙ୍କ ବ୍ୟାଙ୍କ୍ ଖାତାକୁ ପଠାଇ ଦିଆଯାଉଥିବା ବେଳେ ଅବଶିଷ୍ଟ ୧୫ ହଜାର ଟଙ୍କା ବିବାହ ଆୟୋଜନ ଓ ପରିଚାଳନା ନିମନ୍ତେ ଖର୍ଚ୍ଚ କରାଯାଉଛି। 

ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମହାଶକ୍ତି ଫାଉଣ୍ଡେସନ ଏବଂ ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ତତ୍ତ୍ବାବଧାନରେ ସମ୍ପାଦିତ ହୋଇଛି। ବିବାହ ସମ୍ପର୍ଣ୍ଣ ପରେ ସମସ୍ତ ନବ ବିବାହିତ ଦମ୍ପତି ଯୌତୁକ ପ୍ରଥା ବିରୋଧରେ ପ୍ରତିଜ୍ଞା ନେବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି।

ଆଜି ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାୟଗଡା ବିଶ୍ୱ ବୈଦିକ ପରିବାର ବିବାହ ସଂସ୍କାର ପରିଚାଳନା କରିଥିବାବେଳେ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଏବଂ ମହାଶକ୍ତି ଫାଉଣ୍ଡେସନର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ।



Edited by k.s thakur...

Post a Comment

Previous Post Next Post