ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ଖରାଛୁଟି ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ...

ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ଖରାଛୁଟି ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ...


ଭୁବନେଶ୍ଵର,୧୭/୦୪ (ନି.ପ୍ର): ଦିନକୁ ଦିନ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ କରୁଛି ଜନଜୀବନ । ଏହାରି ମଧ୍ୟରେ ପିଲାଙ୍କ ଖରାଛୁଟିକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । 

Ad..


ମନ୍ତ୍ରୀ କହିଛନ୍ତି ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ଛୁଟି ନିଷ୍ପତ୍ତି ନିଆଯିବ । ଯେଉଁ ଜିଲ୍ଲାରେ ଅସହ୍ୟ ଗରମ ସେହି ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ନିଷ୍ପତ୍ତି ନିଆଯିବ।ଛାତ୍ର ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦିଆଯାଉଛି ବୋଲି ଗୁରୁତ୍ୱାରୋପ କରି ମନ୍ତ୍ରୀ କହିଛନ୍ତି ଯେ ବିଭାଗ ପରିସ୍ଥିତି ଉପରେ କଡ଼ା ନଜର ରଖିଛି...

      Ad..


ବିଶେଷକରି ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଯେଉଁଠାରେ ଗରମ ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ରିପୋର୍ଟ କରାଯାଇଛି।ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ଗରମ ହେଉଛି, ବିଚାର କରାଯାଉଛି। 

ଏସଆରସି ହିଟ ୱେଭକୁ ନେଇ ବୈଠକ ଡାକି ସମୀକ୍ଷା କରିବା ପରେ ହିଁ ଖରା ଛୁଟି ପାଇଁ ନିଷ୍ପତି ନିଆଯିବ। ତେଣୁ ଏସଆରସିଙ୍କ ମିଟିଂ ପରେ ହିଁ ସ୍କୁଲ ଛୁଟି ନିଷ୍ପତ୍ତି ନିଆଯିବ।



Edited by k.s thakur...

Post a Comment

Previous Post Next Post