ଆୟୁବ ଖାଁଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ନବୀନ... କଣ୍ଟାବାଞ୍ଜି,୧୪/୦୫(ନି.ପ୍ର): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ପୂର୍ବତ...
ଆୟୁବ ଖାଁଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ନବୀନ...
କଣ୍ଟାବାଞ୍ଜି,୧୪/୦୫(ନି.ପ୍ର): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାଁଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ ପ୍ରକାଶ କରିଛ।
Ad..
ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଣେ ଅଭିଜ୍ଞ ଜନପ୍ରତିନିଧି ଭାବେ ସ୍ବର୍ଗତ ଆୟୁବ ଖାଁ ସର୍ବଦା ସ୍ମରଣୀୟ ରହିବେ। ଏହି ଦୁଃଖଦ ସମୟରେ ମୁଁ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।
Ad..
କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ରାଜନୀତି କ୍ଷେତ୍ରରେ ତାଙ୍କର ଦୀର୍ଘ ଅଭିଜ୍ଞତା ଓ ନିଷ୍ଠା ସର୍ବଦା ପ୍ରେରଣାଦାୟୀ ହୋଇ ରହିବ। ଏହି କଠିନ ସମୟରେ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜ୍ଞାପନ କରୁଅଛି ବୋଲି ଶ୍ରୀ ସିଂହଦେଓ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି।
Ad..
ପୂର୍ବତନ ବିଧାୟକ ଆୟୁବ ଖାଁଙ୍କ ପରଲୋକରେ ବିଜେଡ଼ି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହ ରାଜ୍ୟର ବରିଷ୍ଠ ରାଜନେତା ଗଭୀର ଶୋକ ପ୍ରକାଶ କରିଛନ୍ତି। ଆଜି ପୂର୍ବାହ୍ନ ରେ ଅନେକ ନେତା ତାଙ୍କର ନିବାସରେ ପହଞ୍ଚି ଥିଲେ।
ସୂଚନାଯୋଗ୍ୟ, ତୃଣମୂଳ ସ୍ତରରେ ଆୟୁବ ଖାଁ ଜଣେ ଭଲ ସଂଗଠକ ଥିଲେ। ସ୍ଥାନୀୟ ଅଞ୍ଚଳରେ ଲୋକଙ୍କର ଅସୁବିଧା ସମୟରେ ଛିଡ଼ା ହେଉଥିଲେ। ସେ ୨୦୦୪ରୁ ୨୦୦୯ ଯାଏ ସ୍ବାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।
ପରେ ସେ ବିଜେଡିରେ ଯୋଗ ଦେଇଥିଲେ। ୨୦୧୪ରୁ ୨୦୧୯ ଯାଏ ବିଜେଡିର ବିଧାୟକ ଥିଲେ। ତାଙ୍କ ବିୟୋଗରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ରେ ଶୋକର ଛାୟା ଖେଳିଯାଇଛି।
Edited by k.s thakur...





No comments