ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ଅଭିଯୋଗ ଶୁଣାଣି ଶିବିର...

ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ଅଭିଯୋଗ ଶୁଣାଣି ଶିବିର...


ବରଗଡ଼,୦୪/୦୫(ବିଜୟ କୁମାର ସାହୁ): ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । 

Ad..


ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହାଙ୍କ ବ୍ୟତୀତ ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ କୁବେର ଚନ୍ଦ୍ର ମହନ୍ତ...

   Ad..


ଭଟଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରମୋଦ ଚନ୍ଦ୍ର ମେହେର, ବ୍ଲକ ଅଧ୍ୟକ୍ଷ ଶ୍ରୀ ନିତ୍ୟାନନ୍ଦ ପଧାନ ଏବଂ ତହସିଲଦାର ଶ୍ରୀ ରାମକୃଷ୍ଣ ମିଶ୍ର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। 

Ad..


ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୫୯ ଗୋଟି  ଅଭିଯୋଗ ମଧ୍ୟରୁ ୪୦ ଗୋଟି ବ୍ୟକ୍ତିଗତ...

୧୯ ଗୋଟି ସାମୁହିକ ଅଭିଯୋଗ ଏବଂ ସେଥି ମଧ୍ୟରୁ ଗୋଟିଏ ଅଭିଯୋଗର ତତକ୍ଷଣାତ୍ ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।



Edited by k.s thakur...

Post a Comment

Previous Post Next Post