Page Nav

HIDE

Classic Header

{fbt_classic_header}

Breaking News:

latest
Header ADS

ପାଇକ ବିଦ୍ରୋହ ଓଡ଼ିଆ ଜାତିର ସ୍ୱାଭିମାନର ଅନନ୍ୟ ପ୍ରତୀକ : ଧର୍ମେନ୍ଦ୍ର ପ୍ରଧାନ...

ପାଇକ ବିଦ୍ରୋହ ଓଡ଼ିଆ ଜାତିର ସ୍ୱାଭିମାନର ଅନନ୍ୟ ପ୍ରତୀକ : ଧର୍ମେନ୍ଦ୍ର ପ୍ରଧାନ... ଖୋର୍ଦ୍ଧା, ୧୯/୦୫(ନି.ପ୍ର) : ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ...

ପାଇକ ବିଦ୍ରୋହ ଓଡ଼ିଆ ଜାତିର ସ୍ୱାଭିମାନର ଅନନ୍ୟ ପ୍ରତୀକ : ଧର୍ମେନ୍ଦ୍ର ପ୍ରଧାନ...


ଖୋର୍ଦ୍ଧା, ୧୯/୦୫(ନି.ପ୍ର) : ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ସ୍ମାରକୀ’ ସ୍ଥଳ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ପରିଦର୍ଶନ କରିଛନ୍ତି। 
ଏଥିସହ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି।

Ad..


କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ୧୮୧୭ ମସିହାରେ ବକ୍ସି ଜଗବନ୍ଧୁଙ୍କ ନେତୃତ୍ୱରେ ବ୍ରିଟିଶ ଶାସନ ବିରୁଦ୍ଧରେ ହୋଇଥିବା ଏହି ସଶସ୍ତ୍ର ଗଣବିଦ୍ରୋହ ଭାରତର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। 

    Ad..


ଏହା ଓଡ଼ିଆ ଜାତିର ସ୍ୱାଭିମାନ, ଅସ୍ମିତା ଓ ଗୌରବର ଏକ ଅନନ୍ୟ ପ୍ରତୀକ । ଏହି ମାଟିର ବୀରମାନଙ୍କ ବଳିଦାନ ସମଗ୍ର ଦେଶକୁ ସ୍ୱାଧୀନତା ସଂଗ୍ରାମ ପାଇଁ ପ୍ରେରିତ କରିଥିଲା।

ବରୁଣେଇ ପାହାଡ଼ ପାଦଦେଶରେ ନିର୍ମାଣ ହେଉଥିବା ଏହି ଭବ୍ୟ ସ୍ମାରକୀ ସ୍ଥଳ ଆଗାମୀ ଶତାବ୍ଦୀ ଶତାବ୍ଦୀ ପର୍ଯ୍ୟନ୍ତ ଓଡ଼ିଆ ଜାତିର ବୀରତ୍ୱ ଓ ବିଜୟଗାଥାକୁ ସାରା ବିଶ୍ୱରେ ପ୍ରତିପାଦିତ କରିବ। 

ଓଡ଼ିଶାର ଅଦମ୍ୟ ସାହସର ମୂକସାକ୍ଷୀ ହୋଇ ରହିବାକୁ ଥିବା ଏହି ପ୍ରକଳ୍ପ ଆଗାମୀ ଦିନରେ ଆମ ଯୁବପିଢ଼ିଙ୍କୁ ନିଜ ସଂସ୍କୃତି ଓ ଦେଶପ୍ରେମରେ ସର୍ବଦା ଅନୁପ୍ରାଣିତ କରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାର ଓଡ଼ିଶାର ଗୌରବମୟ ଇତିହାସକୁ ବିଶ୍ୱ ଦରବାରରେ ସଠିକ୍ ପରିଚୟ ଦେବା ପାଇଁ ସଦାସର୍ବଦା ପ୍ରତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।



Edited by k.s thakur...

No comments