ଝାରସୁଗୁଡ଼ା ରେଙ୍ଗାଲିରେ ପୋଲିସ ଏନ୍କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ...
ଝାରସୁଗୁଡ଼ା,୩୦/୦୫(ନି.ପ୍ର) : ଝାରସୁଗୁଡ଼ା ଜିଲ୍ଲାର ରେଙ୍ଗାଲି ଥାନା ଅଞ୍ଚଳରେ ଆଜି ପୋଲିସ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ ହୋଇଛି। ଡକାୟତି ଯୋଜନା ଚାଲିଥିବା ବେଳେ ପୋଲିସ ଚଢ଼ାଉ କରିଥିଲା।
Ad..
ବ୍ରଜରାଜନଗର ଗାନ୍ଧିଛକ ଅଞ୍ଚଳର ବାସିନ୍ଦା ଜୟ ଚୌହାନ ବିଭିନ୍ନ ସଙ୍ଗୀନ ଅପରାଧରେ ସମ୍ପୃକ୍ତ । ତା’ ନାଁରେ ୧୦ରୁ ଅଧିକ ସଙ୍ଗୀନ ମାମଲା ରହିଛି । ପୋଲିସ ଚଢ଼ାଉ ବେଳେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା ।
Ad..
ଏଥିରେ ଜୟ ଚୌହାନର ଡାହାଣ ଗୋଡ଼ରେ ଗୁଳି ବାଜିଛି । ତାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ତେବେ ତା’ର ଅନ୍ୟ ସହଯୋଗୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ।
ଏହି ଏନ୍କାଉଣ୍ଟର ସମ୍ପର୍କରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍ ସୂଚନା ଦେଇଛନ୍ତି । ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି।
Edited by k.s thakur...



